Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଧୁବନ ସାହିତ୍ୟ ଓ ସଂସ୍କୃତି ସଂସଦର ବାର୍ଷିକୋତ୍ସବ
ଆଞ୍ଚଳିକ

ମଧୁବନ ସାହିତ୍ୟ ଓ ସଂସ୍କୃତି ସଂସଦର ବାର୍ଷିକୋତ୍ସବ

March 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ : ଓଡିଆ ନୃତ୍ୟ , ଓଡିଶୀ ସଂଗୀତ , ବିଶ୍ୱଦରବାରରେ ବେଶ୍ ପରିଚିତ ।ସାହିତ୍ୟ ମଣିଷକୁ ଦିଏ ନୂତନ ଚିନ୍ତାଧାର ତଥା ଦିଗ୍‌ଦର୍ଶନ । ଓଡିଆ ସାହିତ୍ୟ ଆଜି ଶାସ୍ତ୍ରୀୟ ମାନ୍ୟତା ପାଇଛି  ବୋଲି ମଧୁବନ ସାହିତ୍ୟ ସଂସ୍କୃତି ସଂସଦ ର ବାର୍ଷିକ ଉତ୍ସବରେ ବକ୍ତା ମାନେ ମତବ୍ୟକ୍ତ କରିଛନ୍ତି । ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଠାରେ ମଧୁବନ ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ସଂସଦର ସଭାପତି ରଘୁନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ପଦ୍ମର୍ଶୀ ମିତ୍ରଭାନୁ ଗୌନ୍ତିଆ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବରେ ଡ. ସୁରେନ୍ଦ୍ରନାଥ ତ୍ରିପାଠୀ , ସମ୍ମାନିତ ଅତିଥି ଭାବରେ ଡ. ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗ ଦେଇ  ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ନାକ୍ଟିଦେଉଳ ଭଳି ଏକ ଅନୁନ୍ନତ ଅଂଚଳରେ ସାହିତ୍ୟ ସଭା କରିବା କାଠିକର ପାଠ ତଥାପି ଆୟୋଜକ ମାନେ ଏଭଳି ଏକ ରାଜ୍ୟସ୍ତରୀୟ ସାହିତ୍ୟ ସଭା କରି ଓଡିଶାର ବିଭିନ୍ନ ଅଂଚଳରୁ କବିମାନଙ୍କୁ ଏକଜୁଟ କରିଥିବାରୁ ବକ୍ତାମାନେ ସନ୍ତୋଷ ବ୍ୟକ୍ତ କରିଥିଲେ ।

ଏହି ଉତ୍ସବରେ  ଗୀତାରାଣୀ ସାହୁ, ହରିହର ସାହୁ , ସରସୀରାଣୀ ନାୟକଙ୍କ କବିତା ପୁସ୍ତକ ଉନ୍ମୋଚନ ହୋଇଥିଲା । ସଂସଦର ମୁଖପତ୍ର ମଧୁଧାରା ମଧ୍ୟ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଏହି ଉପଲକ୍ଷେ ପ୍ରଥମ ଅଧିବେଶନରେ କବି କନ୍ଦର୍ପ ବେହେରା, ଆର୍‌.ପୁଷ୍ପାଞଳୀ, ଆଧ୍ୟାପକ ଦିପେନ୍ ପଟ୍ଟନାୟକ,  ଶେଷଦେବ ବିଶ୍ୱାଳଙ୍କ ସଂଯୋଜନାରେ ଓଡିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା କବିମାନେ ସେମାନଙ୍କ ସ୍ୱରଚିତ କବିତା ପାଠ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିପକାଇଥିଲେ । ବିଶେଷ କରି ବୌଦ୍ଧରୁ ଆସିଥିବା ବ୍ୟଙ୍ଗ କବି ଶାନ୍ତନୁ ପାଣିଗ୍ରାହୀ ଓ କବି ଅଖାଡୁଆଙ୍କ ବ୍ୟଙ୍ଗ କବିତା ବେଶ୍ ହସର ଖୋରାକ୍ ଜମାଇଥିଲା । ଏହି ଅବସରରେ ସାହିତ୍ୟକ ଫକିର ମୋହନ ଦେହୁରୀଙ୍କୁ ମଧୁବନ ସାରସ୍ୱତ ସମ୍ମାନ ଏବଂ କଷ୍ନଗୁରୁ କଳାକାର ଦଶରଥ ମୁଣ୍ଡାଙ୍କୁ ସମ୍ମାନିତ କରାଯାଇଥିଲା । ସରସ୍ୱତୀ ଶିଶୁମନ୍ଦିର , ଜଗନ୍ନାଥ ପ୍ରସାଦ , କେପ୍ସୁଲ୍ କିଡସ୍ ଓ ନାକଟିଦେଉଳ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ନୃତ୍ୟ ପରିବେଷଣ କରାଯାଇଥିଲା । ଶେଷରେ ଅଧ୍ୟାପକ ଦିପେନ୍ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଉପସଭାପତି ସୁଧିର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଂପାଦକ ସୁଶାନ୍ତ କୁମାର ସାହୁ ସଂପାଦକୀୟ ବିବରଣୀ ପାଠ କରିଥିଲେ ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.