Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରସାୟନ ବିଜ୍ଞାନ ପରୀକ୍ଷାରେ ୩୭ ଏମ୍‌ପି
ଆଞ୍ଚଳିକ

ରସାୟନ ବିଜ୍ଞାନ ପରୀକ୍ଷାରେ ୩୭ ଏମ୍‌ପି

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରଉଳ

ବ୍ରହ୍ମପୁର:  ଗତକାଲି ଅନୁଷ୍ଠିତ ଯୁକ୍ତ ୨ ବିଜ୍ଞାନ ସ୍ରୋତର ରସାୟନ ବିଜ୍ଞାନ ପରୀକ୍ଷାରେ ଦକ୍ଷିଣାଞ୍ଚଳର ବିଭିନ୍ନ କେନ୍ଦ୍ରରେ ଅସଦ୍‌ ଉପାୟ ଅବଲମ୍ବନ ଅଭିଯୋଗରେ ୩୭ ଜଣ ପରୀକ୍ଷାର୍ଥୀ ଜୋନାଲ୍ ସ୍କ୍ୱାର୍ଡ଼ ହାତର ଧରାପଡ଼ିଛନ୍ତି । ଗଂଜାମ ଜିଲ୍ଲା ଖଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ରର କେତେକ ସ୍ଥାନରେ ଠିକ୍ ଚିହ୍ନ ମାରି ନୀଳକଣ୍ଠନଗର ସରସ୍ୱତୀ ବିଦ୍ୟାମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜଣେ ପରୀକ୍ଷାର୍ଥୀ କପି ଅଭିଯୁକ୍ତ ହୋଇଥିବାବେଳେ ମାଲକାନାଗିରି ଜିଲ୍ଲା କାଲିମେଳା ସ୍ଥିତ ଗୋପବନ୍ଧୁ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସତ୍ୟନାରାୟଣଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଓ ବାଲିମେଳା ସ୍ଥିତ ବାଲିମେଳା ବିଜ୍ଞାନ ଓ ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସେହି ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ କପି ଅଭିଯୁକ୍ତ ସେହି ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ କପି ଅଭିଯୁକ୍ତ ହୋଇଛନ୍ତି ।

ନବରଙ୍ଗପୁର ଜିଲ୍ଲାର ବେଲଗାଁ ସ୍ଥିତ ସରକାରୀ ଏସ୍‌ଏସ୍‌ଡ଼ି ଉଚ୍ଚ ବିଦ୍ୟାଳୟର ୨ ଜଣ କପି କରି ଧରା ହୋଇଥିବାବେଳେ ବୌଦ୍ଧ ଜିଲ୍ଲା ବୌଦ୍ଧ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଓ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩ ଜଣ ପରୀକ୍ଷାର୍ଥୀ ପ୍ରଶ୍ନପତ୍ରରେ ବିଭିନ୍ନ ଚିହ୍ନ ମାରି କପି ଅଭିଯୋଗରେ ବୁକ ହୋଇଥିବା ଦକ୍ଷିଣାଞ୍ଚଳ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ । ତେବେ ନବମ ଦିନରେ ପହଞ୍ଚିଥିବା ଆଜିର ଏହି ପରୀକ୍ଷାରେ କୋରାପୁଟ ଜିଲ୍ଲାର ସର୍ବାଧିକ ୨୫ ଜଣ ପରୀକ୍ଷାର୍ଥୀ କପି କରି ଏମ୍‌ପି ହୋଇଥିବା ଉଚ୍ଚ ମାଧ୍ୟମିକ ପରିଷଦ ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.