Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଞ୍ଜାମ ମେରୁଯାତ୍ରା ଉପରେ କଟକଣା, ଉନ୍ନୟନ କାର୍ଯ୍ୟ ଏବଂ ନୀତି ନିର୍ଦ୍ଧାରଣ ପାଇଁ କମିଟି ଗଠନ
ଆଞ୍ଚଳିକ

ଗଞ୍ଜାମ ମେରୁଯାତ୍ରା ଉପରେ କଟକଣା, ଉନ୍ନୟନ କାର୍ଯ୍ୟ ଏବଂ ନୀତି ନିର୍ଦ୍ଧାରଣ ପାଇଁ କମିଟି ଗଠନ

April 13, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ମେରୁ ସଂକ୍ରାନ୍ତି ଅବସରରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ଯାତ୍ରା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷେଧାଦେଶ ଜାରି କରାଯାଇଛି। ଜନ ଗହଳିରୁ ଲୋକଙ୍କୁ ଦୂରେଇ ରଖିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ମର୍ମରେ ନିର୍ଦ୍ଦେଶ ଜାରି କରିଛନ୍ତି। ବିଧି ମୁତାବକ ପୂଜକ ପୂଜାକାର୍ଯ୍ୟ ତୁଲାଇବେ। କୌଣସି ବାହାର ବ୍ୟକ୍ତି ଏଥିରେ ସାମିଲ ହେବେ ନାହିଁ। ନିର୍ଦ୍ଦେଶ ଅବମାନନା କଲେ ପୋଲିସ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କରୋନାକୁ ପ୍ରତିହତ କରିବାପାଇଁ ଏହି ନିଷ୍ପତ୍ତି ଗ୍ରହଣ କରିବାକୁ ପଡୁଛି ବୋଲି ପ୍ରଶାସନ ସ୍ପଷ୍ଟ କରିଛନ୍ତି। ସେହିପରି ଲକ୍ ଡାଉନ୍ ପରେ ପ୍ରଶାସନିକ କାର୍ଯ୍ୟକୁ କିପରି ଶୃଙ୍ଖଳିତ ଓ ଦକ୍ଷତାର ସହିତ ଆଗେଇ ନେଇ ହେବ ସେଥିପାଇଁ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନଙ୍କୁ ନେଇ ଏକ କମିଟି ଗଠିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କମିଟିର ଅଧ୍ୟକ୍ଷ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କମିଟିର ରୂପରେଖ ନିର୍ଣ୍ଣୟ କରିବେ। ସମସ୍ତ ବିଭାଗୀୟ ଅଧିକାରୀମାନେ ଲକ୍ ଡାଉନ୍ ପରେ ତୁରନ୍ତ ସେବା ଯୋଗାଇ ଦେବାପାଇଁ କିପରି କାର୍ଯ୍ୟଧାରା ପ୍ରସ୍ତୁତ କରିବେ ତାର ବିବରଣୀ କମିଟି ସମ୍ମୁଖରେ ରଖିବେ। ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ କମିଟିର ସୁପାରିଶ୍ କାର୍ଯ୍ୟକାରୀ ହେବ ବୋଲି କୁହାଯାଇଛି।

ସରପଞ୍ଚ ମାନଙ୍କ ଦ୍ବିତୀୟ ପର୍ଯ୍ୟାୟ ବୈଠକରେ ଜିଲ୍ଲାପାଳ ଗ଼଼ଞ୍ଜାମରେ କରୋନାପାଇଁ ନିର୍ଦ୍ଧାରିତ ନିୟମ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି। ଜିଲ୍ଲାରେ ଗୋଟିଏ ବି ଆକ୍ରାନ୍ତ ଦୃଷ୍ଟି ଗୋଚର ହେଲେ ସାଧାରଣ ଲୋକଙ୍କୁ କିପରି ଦୁର୍ଦ୍ଦଶା ଭୋଗିବାକୁ ହୁଏ ତାହାମଧ୍ୟ ଜିଲ୍ଲାପାଳ ସୂଚାଇ ଦେଇଛନ୍ତି। ବେସାହାରା ମାନଙ୍କ ପାଇଁ ସରକାରଙ୍କ ରନ୍ଧାଖାଦ୍ୟକୁ ଜଗନ୍ନାଥଙ୍କ ମହାପ୍ରସାଦ ବୋଲି ଜିଲ୍ଲାପାଳ ବର୍ଣ୍ଣନା କରିଥିଲେ। ସେହିପରି କୌଣସି ବାହାର ଲୋକ ଜିଲ୍ଲାରେ ମାସ୍କ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କଲେ ତାଙ୍କୁ ନିବୃତ ରଖିବା ପାଇଁ ସରପଞ୍ଚମାନେ ଅଧିକ ଯତ୍ନବାନ ହେବାକୁ ଜିଲ୍ଲାପାଳ କହିଛନ୍ତି। ପଞ୍ଚାୟତରେ କେହି ଯେପରି ଭୋକିଲା ରହୁନାହାନ୍ତି ତାର ସାର୍ଟିଫିକେଟ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଗ୍ମ ଦସ୍ତଖତରେ ପ୍ରଶାସନକୁ ପ୍ରଦାନ କରିବେ। କୌଣସି ସାମାଜିକ କାର୍ଯ୍ୟକ୍ରମ କରି ଗହଳି କଲେ ତାଙ୍କ ବିରୁଦ୍ଧରେ ପୋଲିସ୍ ଏଫ.ଆଇ.ଆର୍. ହେବ। ଭତ୍ତା ବଣ୍ଟନରେ କିଛିବି ଦୁର୍ନୀତି ହେଲେ ସଂପୃକ୍ତ କର୍ମଚାରୀଙ୍କୁ ଜେଲ୍‌ ପଠାଯିବ ବୋଲି ଜିଲ୍ଲାପାଳ ଦୃଢୋକ୍ତି ପ୍ରକାଶ କରିଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।

Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.