Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ମୁକାବିଲା ପାଇଁ ବାଣପୁରରେ ସ୍ୱୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ମାସ୍କ ବଣ୍ଟନ
ଆଞ୍ଚଳିକ

କରୋନା ମୁକାବିଲା ପାଇଁ ବାଣପୁରରେ ସ୍ୱୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ମାସ୍କ ବଣ୍ଟନ

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ରାଜ୍ୟରେ କରୋନା ଜନିତ ମହାମାରୀର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ଧାରାରେ ନିଜକୁ ସାମିଲ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଣପୁରର କିଛି ମହିଳା ସଂଗଠନ। ସୂଚନା ଅନୁଯାୟୀ ଆଜି ଶ୍ରୀ ଜୟଗୁଋ ସ୍ୱୟଂ ସହାୟକ ଗୋଷ୍ଠୀ, ବଡ଼ରାଉଳ ସ୍ୱୟଂ ସହାୟକ ଗୋଷ୍ଠୀ, ତାରିଣୀ ସ୍ୱୟଂ ସହାୟକ ଗୋଷ୍ଠୀ, ଈଶ୍ୱର ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ବ୍ଲକ ପ୍ରୋଜେକ୍ଟ ଅଧିକାରୀ ରଶ୍ମିତା ଇନ୍ଦ୍ରଜିତ ଓ ଯୁବ ସାମ୍ବାଦିକ, ସମାଜସେବୀ ତଥା ଖୋର୍ଦ୍ଧା ଜିଲ୍ଲା ସୂଚନା ଅଧିକାର କୋର କମିଟି ସଦସ୍ୟ ଲକ୍ଷ୍ମୀଧର ମହାପାତ୍ରଙ୍କ ଉପସ୍ଥିତରେ ଲୋକମାନଙ୍କୁ ସଚେତନା କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି।

ବାଣପୁର ବ୍ଲକ ଭବାନିପୁର ଗ୍ରାମପଞ୍ଚାୟତର ସାହାସପୁର ଗ୍ରାମ ଓ ନରେନ୍ଦ୍ର ପୁର ପଞ୍ଚାୟତର ବଡସିରେଇପୁର ଗ୍ରାମ ଠାରେ ସଦସ୍ୟାମାନେ ରାତି ଦିନ ଏକ କରି ମାସ୍କ ସିଲେଇ କରି ଘର ଘର ବୁଲି ପ୍ରତ୍ୟେକ ଲୋକମାନଙ୍କୁ ମାସ୍କ ବଣ୍ଟନ କରିବା ସଙ୍ଗେ ସଙ୍ଗେ କେଉଁ ଭଳି ଭାବରେ ମହାମାରୀର ମୁକାବିଲା କରାଯିବ ସେ ସମ୍ପର୍କରେ ସଚେତନ କରାଇଛନ୍ତି। ଅତିଥି ଭାବେ ବଡସିରେଇପୁର ଗ୍ରାମ ପରିଚାଳନା କମିଟି ସଭାପତି ପ୍ରବୋଧ ବିଶ୍ୱାଳ ଯୋଗଦେଇଥିଲେ। ଇତି ମଧ୍ୟରେ ସଭାନେତ୍ରୀ ସରସ୍ୱତୀ ସାହୁ ଓ ସନ୍ଧ୍ୟାରାଣୀ ପଣ୍ଡା ଓ ବୈଜୟନ୍ତୀ ଖୁଣ୍ଟିଆଙ୍କ ଏପରି ଜନସେବା କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।

BANAPUR covid19 mask
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026

ଆଜି ମାର୍ଚ୍ଚ ୨୦ ତାରିଖ ଶୁକ୍ରବାର ଖୋଲିବ ଏହି ରାଶିଗୁଡିକର ଭାଗ୍ୟ

March 20, 2026

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.