Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରନ୍ସିଂରେ ଆଲୋଚନା କଲେ ବାଣପୁର ବ୍ଲକ୍‌ର ୧୭ ସରପଞ୍ଚ
ଆଞ୍ଚଳିକ

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରନ୍ସିଂରେ ଆଲୋଚନା କଲେ ବାଣପୁର ବ୍ଲକ୍‌ର ୧୭ ସରପଞ୍ଚ

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ରାଜ୍ୟରେ କରୋନା ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସରପଞ୍ଚଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ବାଣପୁର ବ୍ଲକ୍‌ର ସମସ୍ତ ସରପଞ୍ଚଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଣପୁର ବ୍ଲକ୍‌ ଅନ୍ତର୍ଗତ ସମସ୍ତ ୧୭ଟି ପଞ୍ଚାୟତର ସରପଞ୍ଚ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଏବଂ କୋଭିଡ୍‌ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଏହି ଭିଡିଓ କନ୍‌ଫରେନ୍ସିଂରେ ଅଂଶଗ୍ରହଣ କରିଥିଲେ।

ଏହି ଆଲୋଚନାରେ କରୋନା ମୁକାବିଲା ସମ୍ପର୍କରେ ଆଲୋଚନା କରିବା ସହିତ ଆଗାମୀ ଦିନରେ ଫେରିବାକୁ ଥିବା ପ୍ରବାସୀ ଓଡିଆଙ୍କ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ପ୍ରବାସୀ ଓଡିଆଙ୍କ ପଞ୍ଜୀକରଣ ଠାରୁ ଆରମ୍ଭ କରି କ୍ବାରେଣ୍ଟାଇନ୍‌ରେ ରଖିବା ଏବଂ ଅନ୍ୟ ସମସ୍ତ ଦାୟିତ୍ବର ନିର୍ବାହନ ନେଇ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଶପଥପାଠ କରାଇଥିଲେ। ଏହି ଭିଡିଓ କନ୍‌ଫରେନ୍ସିଂରେ ବିଡିଓ ଶିବାନନ୍ଦ ସ୍ବାଇଁ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଅଜୟ ରାଉଳ, ବିଧାୟକ ପ୍ରତିନିଧି ଗୋପୀନାଥ ମହାରଣା ଏବଂ ସମସ୍ତ ନୋଡାଲ ଅଫିସର ଉପସ୍ଥିତ ରହିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଏହି ଭିଡିଓ କନ୍‌ଫରେନ୍ସିଂରେ ସମୁଦାୟ ୬୭୯୮ ପଞ୍ଚାୟତର ସରପଞ୍ଚଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।

BANAPUR naveenpattanik odisha cm
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026

ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍‌ସି ଅର୍ଜୁନ” ର ଶୁଭାରମ୍ଭ 

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.