Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ : ଶନିବାର ଆସିଛନ୍ତି ୧୦୫ ପ୍ରବାସୀ
ଆଞ୍ଚଳିକ

କରୋନା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ : ଶନିବାର ଆସିଛନ୍ତି ୧୦୫ ପ୍ରବାସୀ

May 10, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : କରୋନା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକୀୟ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି। ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତି ମାନଙ୍କୁ ସ୍ୱାବ ସଂଗ୍ରହ ପରେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ ଦିଗରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଗୁରୁତ୍ବ ଦେଇଛନ୍ତି। ଗତକାଲି ସୁଦ୍ଧା ଜିଲ୍ଲାର ୧୯୮ଟି ପଞ୍ଚାୟତରେ ୨୮୮ଟି ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୧୦,୨୩୩ଟି ଶଯ୍ୟା ପ୍ରସ୍ତୁତ କରାଯାଇଥିବା ବେଳେ ଜଗତସିଂହପୁର ଓ ପାରାଦ୍ୱୀପ ପୌରାଞ୍ଚଳରେ ୪ଟି ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୧୧୦ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି। ଏଥିସହିତ ୯ ତାରିଖ ୧୦୫ଜଣ ବିଭିନ୍ନ ରାଜ୍ୟ ଓ ଜିଲ୍ଲାରୁ ଆସିଛନ୍ତି। ତାମିଲନାଡୁରୁ ୫ଜଣ, ଝାଡ଼ଖଣ୍ଡରୁ୍ ୩ଜଣ,ପଶ୍ଚିମବଙ୍ଗରୁ ୧୯ଜଣ, ମଧ୍ୟପ୍ରଦେଶରୁ ୨ଜଣ, ଛତିଶଗଡ଼ରୁ ୪ଜଣ,ତେଲେଙ୍ଗାନାରୁ ୬୫ଜଣ, ଆନ୍ଧ୍ରପ୍ରଦେଶରୁ ୨ଜଣ, ଉତ୍ତରପ୍ରଦେଶରୁ ୧ଜଣ, ମହାରାଷ୍ଟ୍ରରୁ ୨ଜଣ, ଗୁଜୁରାଟରୁ ୧ଜଣ, କେନ୍ଦୁଝରରୁ ୧ଜଣଙ୍କ ସହ ୫ଜଣ ସ୍ୱାସ୍ଥ୍ୟବିଭାଗ କର୍ମଚାରୀଙ୍କ ସ୍ୱାବ ସଂଗ୍ରହ କରାଯାଇଥିଲା।

ସେମାନଙ୍କ ମଧ୍ୟରୁ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୩ଜଣ, ଜଗତସିଂହପୁର ବ୍ଲକର ୧୨ଜଣ, ବାଲିକୁଦାର ୧୨ଜଣ, ନାଉଗାଁ ୧୭ଜଣ ବିରିଡ଼ି ୧ଜଣ, ରଘୁନାଥପୁର ୩ଜଣ, ତିର୍ତ୍ତୋଲ ୩୫ ଜଣ, କୁଜଙ୍ଗ ୪ଜଣ, ଏରସମା ୭ଜଣ ଓ ପାରାଦ୍ବୀପ ମ୍ୟୁନିସିପାଲିଟି କୁ ୧ଜଣଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଗତ ୭ ତାରିଖରେ ପଶ୍ଚିମବଙ୍ଗ, ଗୁଜୁରାଟ, ମଧ୍ୟପ୍ରଦେଶ, ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରୁ ଆସିଥିବା ୮୪ଜଣଙ୍କ ସ୍ୱାବ ରିପୋର୍ଟ ନେଗେଟିଭ୍ ଆସିଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତକାଲି ଜିଲ୍ଲାପାଳ ଶ୍ରୀ ମହାପାତ୍ର ପାରାଦ୍ୱୀପ କୋଭିଡ୍ ହସପିଟାଲ୍ ,ସ୍ୱାଵ ସଂଗ୍ରହ କେନ୍ଦ୍ର ଓ ପାରାଦ୍ୱୀପ ଗଡ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ଅନୁଧ୍ୟାନ କରିଥିଲେ। ଏଥିସହିତ ପାରାଦ୍ବୀପ ଠାରେ ଜିଲ୍ଲାପାଳ ସମସ୍ତ ଶିଳ୍ପସଂସ୍ଥା କର୍ତୃପକ୍ଷଙ୍କ ସହିତ ଏକ ସମୀକ୍ଷା ବୈଠକ କରି ଶିଳ୍ପସଂସ୍ଥା ଚାଲୁ ରଖିବା ବେଳେ କୋଭିଡ୍ ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପାରାଦ୍ଵୀପ କୋଭିଡ୍ ହସ୍ପିଟାଲରେ ୭୦ଟି ବେଡ୍ ସହିତ ୫ଟି ଆଇ.ସି.ୟୁ ବେଡ୍ ପ୍ରସ୍ତୁତି ହୋଇଛି। ଜିଲ୍ଲାରେ ସଂନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ କର୍ଫ୍ୟୁ ବଳବତ୍ତର ରହିଛି। କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କର ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର କଡାକଡି ଭାବେ ପାଳନ କରିବାକୁ ଜିଲ୍ଲାପାଳ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025
Latest News

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 20, 2025

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

December 20, 2025

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.