Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭାରତ ସ୍କାଉଟ୍ ଗାଉଡ୍ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ଭାରତ ସ୍କାଉଟ୍ ଗାଉଡ୍ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ବର୍ତ୍ତମାନ ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଥିବା ବେଳେ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହି ଅବସରରେ ଭାରତ ସ୍କାଉଟ ଗାଇଡ ମାନଙ୍କ ଦ୍ୱାରା ଭିନ୍ନଢଙ୍ଗରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତ ସ୍କାଉଟ ଗାଇଡ୍ ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳୀପ୍ରସାଦ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଆୟୋଜକ ସଚିବ ନରେନ୍ଦ୍ର କୁମାର ଦେହୁରୀଙ୍କ ନେତୃତ୍ୱରେ ରେଢାଖୋଲ ଉପଖଣ୍ଡର ତେରବେଡା, ମୁଟୁରୁମୁଣ୍ଡା, ଡଇଁଚା, ପାଇକମାଳ, ଶିମିଳିପାଳ ଆଦି ଅଂଚଳରେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା ।

ବାଇକ ରାଲି ମାଧ୍ୟମରେ ଲୋକମାନଙ୍କୁ କରୋନା ଭାଇରସର ଭୟାବହତା ସଂପର୍କରେ ସଚେତନତା କରାଯାଇଥିଲା । ଏପରିକି ହାତ ଧୋଇବାର କୌଶଳ, ସାମାଜିକ ଦୂରତ୍ୱରକ୍ଷା, ମାସ୍କ ବ୍ୟବହାର ଆବଶ୍ୟକତା ସମ୍ବନ୍ଧରେ ସଚେତନତା କରାଯାଇଥିଲା । ଲକ୍ ଡାଉନ୍ ସମୟରେ ନିଜ ପରିବାର କଥା ଚିନ୍ତା ନ କରି ଅହରହ ଦିନ ରାତି ଲୋକମାନଙ୍କୁ ସେବା ଯୋଗାଉଥିବା ରେଢାଖୋଲ ଆରକ୍ଷୀ ବାହିନୀର କାର୍ଯ୍ୟରତ ୩୦ ଜଣ କର୍ମଚାରୀଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍କାଉଟ ମାଷ୍ଟର ପ୍ରକାଶ ଚନ୍ଦ୍ର ପଣ୍ଡା, ସୁକାନ୍ତ ପ୍ରଧାନ, ଖଗେଶ୍ୱର ନାୟକ, କୁମୁଦ ବନ୍ଧୁ ସାହୁ, ଜଳଧର ପ୍ରଧାନ, ଦୁଃଖିଶ୍ୟାମ ପ୍ରଧାନ, ପଦ୍ମନାଭ ସାହୁ, ରଞ୍ଜନ ସ୍ୱାଇଁ ଓ ବାସୁଦେବ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଶିମିଳିପାଳର ପୂର୍ବତନ ସରପଂଚ ସୁଦାମ ଚରଣ ପ୍ରଧାନ ରାସ୍ତାରେ ସ୍କାଉଟ ଶିକ୍ଷକମାନଙ୍କୁ ଆତିଥ୍ୟ ପ୍ରଦାନ କରିଥିଲେ ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.