Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରକ୍ତ ଦାନ କରି ମହିଳାଙ୍କ ଜୀବନ ବଞ୍ଚାଇଲେ ରଘୁନାଥପୁର ବ୍ଲକ୍ ଅଧ୍ୟକ୍ଷା
ଆଞ୍ଚଳିକ

ରକ୍ତ ଦାନ କରି ମହିଳାଙ୍କ ଜୀବନ ବଞ୍ଚାଇଲେ ରଘୁନାଥପୁର ବ୍ଲକ୍ ଅଧ୍ୟକ୍ଷା

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : ମାନବ ସେବା ହିଁ ମାଧବ ସେବା ନୀତିକୁ ଆପଣାଇ ଜଣେ ମହିଳାଙ୍କ ଜୀବନ ବଞ୍ଚାଇଛନ୍ତି ବ୍ଲକ୍‌ ଅଧ୍ୟକ୍ଷା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ରଘୁନାଥପୁର ବ୍ଲକ ପଞ୍ଚାୟତ ସମିତି ଅଧକ୍ଷା ସ୍ଵପ୍ନସରିତା ବଳ ରକ୍ତଦାନ କରିବା ସହିତ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି । କୁଜଙ୍ଗ ବ୍ଲକ ଅନ୍ତର୍ଗତ ଦୁଆଡିଆ ଗ୍ରାମର ଦୁଃଖୀ ପଲ୍ଲାଇ ବି ପଜିଟିଭ୍‌ ଗ୍ରୁପ୍‌ର ରକ୍ତ ପାଇଁ କଟକରେ ଏକ ଘରୋଇ ହସ୍ପିଟାଲରେ ଛଟପଟ ହେଉଥିବା ବେଳେ ସହାୟତା ପାଇଁ ଆଗେଇ ଆସିଥିଲେ ରଘୁନାଥପୁର ବ୍ଲକ୍‌ ଅଧ୍ୟକ୍ଷା । ଏନେଇ ଡାକ୍ତରଖାନା କର୍ତ୍ତୃପକ୍ଷ ଜଗତସିଂହପୁର ଜିଲ୍ଲା ଜୀବନ ବିନ୍ଦୁ ସଂଯୋଜକଙ୍କ ସହିତ ଯୋଗାଯୋଗ କରିଥିଲେ । 3 ମାସ ତଳେ ଶ୍ରୀମତି ବଳ ରକ୍ତଦାନ କରିଥିବାରୁ ଜିଲ୍ଲା ଜୀବନବିନ୍ଦୁ ସଂଯୋଜକ ମଧୁସୁଦନ ସାହୁ ତାଙ୍କ ସହିତ ସମ୍ପର୍କ କରିଥିଲେ ।

ସଂଯୋଜକ ଫୋନ୍ ମାଧ୍ୟମରେ ଜଣାଇବା ପରେ କାଳ ବିଳମ୍ବ ନକରି ଡାକ୍ତରଖାନାରେ ପହଞ୍ଚି ଯାଇଥିଲେ ଶ୍ରୀମତୀ ବଳ । ସେଠାରେ ପହଞ୍ଚି ସେ ନିଜେ ରକ୍ତ ଦେଇ ଚିକିତ୍ସିତ ହେଉଥିବା ମହିଳାଙ୍କର ଜୀବନ ବଞ୍ଚାଇଥିଲେ । ଏହି ମହାମାରୀ କରୋନା ସମୟରେ ରକ୍ତଦେଇ ଉଦାହରଣ ସାଜିଛନ୍ତି ରଘନାଥପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ସପ୍ନ ସରିତା ବଳ । ତାଙ୍କର ଏହି ଜନସେବା ମନୋବୃତିକୁ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ପ୍ରଶଂସା କରାଯାଇଛି ।

blooddonation tirtol
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.