Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
ଆଞ୍ଚଳିକ

କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ଧର୍ମଗଡ଼ ଥାନା ଅନ୍ତର୍ଗତ ବଗାଡ ପଞ୍ଚାୟତ ଅଫିସ୍ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ଧର୍ମଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା, ଧର୍ମଗଡ଼ ଥାନା ଅଧିକାରୀ ସତ୍ୟନାରାୟଣ ପ୍ରଧାନ ସମେତ ସ୍ଵେଚ୍ଛାସେବୀ ସଂଗଠନ ଏସ ଏ କେ, ସ୍ଥାନୀୟ ବଗାଡ ପଞ୍ଚାୟତର ସରପଞ୍ଚ ଏବଂ ପି ଇ ଓ ତଥା ଅନ୍ୟ ତିନି ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ ଓ ଶିବିରରେ କୋଭିଡ-୧୯ କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା।

ଏହି ରକ୍ତଦାନ ଶିବିରରେ ୩୯ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଏହି ଶିବିରରେ ଏସଏକେ ର ଜିଲ୍ଲା ଉପ ସଭାପତି ମହେଶ୍ୱର ସୁନାନି, ଜୀବନବିନ୍ଦୁ ସଂଗଠନର ବିବେକ ମିଶ୍ର, ବଗାଡ ପଞ୍ଚାୟତ ପି ଇ ଓ ରଶ୍ମିତା ଦାସ, ବଗାଡ ପଞ୍ଚାୟତର ସରପଞ୍ଚ ପ୍ରମିଳା ମାଝୀ, ବଡ଼ଫୁର୍ଲା ପଞ୍ଚାୟତର ସରପଞ୍ଚ ବନିତା ପାଲ, ନନ୍ଦଗାଁ ପଞ୍ଚାୟତର ସରପଞ୍ଚ ବିରଞ୍ଚି ବନିଆ, ବୋଡ଼େନ ପଞ୍ଚାୟତର ସରପଞ୍ଚ ହରିପ୍ରିୟା ନାଏକ ସମେତ ଧର୍ମଗଡ଼ ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିରରେ ଉପରୋକ୍ତ ସଂଗଠନର ସ୍ଵେଚ୍ଛାସେବୀ ତଥା ଧର୍ମଗଡ଼ ଥାନା ଅଞ୍ଚଳର ଉକ୍ତ ପାଞ୍ଚଟି ପଞ୍ଚାୟତର ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ।

କଳାହାଣ୍ଡି ଜିଲ୍ଲା ପୋଲିସ ମୋ ସରକାର ସ୍ବେଚ୍ଛାକୃତ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଲ୍ୟାଣ୍ଡ ପୋର୍ଟ ମ୍ୟାନେଜମେଣ୍ଟ ସିଷ୍ଟମକୁ ଉଦଘାଟନ କଲେ ଅମିତ ଶାହ

June 10, 2026

ଗ୍ରାମୀଣ ବିକାଶ ପ୍ୟାକେଜ ପାଇଁ ୧.୨୫ ଲକ୍ଷ କୋଟି: ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ ନୂତନ ଢାଞ୍ଚା

June 10, 2026

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

June 10, 2026

ଜୁନ ୧୦ ତାରିିଖ ବୁଧବାର ଦିନ କଣ ରହିଛି ଆପଣଙ୍କର ଭାଗ୍ୟରେ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 10, 2026

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.