Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏବିଭିପି ବାଣପୁର-ବାଲୁଗାଁ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ଏବିଭିପି ବାଣପୁର-ବାଲୁଗାଁ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଭବ୍ୟ ସମ୍ବର୍ଦ୍ଧନା

May 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର : କରୋନା ମହାମାରୀକୁ ମୁକାବିଲା କରିବା ପାଇଁ ଦିନରାତି ଏକ କରିଦେଇଛନ୍ତି ଆମ ଦେଶର ପୁଲିସ, ପ୍ରଶାସନ, ଡାକ୍ତର, ସଫେଇ କର୍ମଚାରୀ ଓ ସାମ୍ବାଦିକ । ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଓଡିଶା ଦ୍ୱାରା ସମଗ୍ର ରାଜ୍ୟରେ ଏକକାଳୀନ ଭାବେ ପାଖାପାଖି 25000 କାର୍ଯ୍ୟକର୍ତାଙ୍କ ଦ୍ୱାରା 10000 ସ୍ଥାନରେ ପ୍ରାୟ ଏକ ଲକ୍ଷ୍ୟ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିବାର ଲକ୍ଷ୍ୟ ରଖାଯାଇଛି । ଏହି ପରିପ୍ରେକ୍ଷୀରେ ଅନୁରୂପ ଭାବେ କରୋନା ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଥିବା ଏହି କରୋନା ଯୋଦ୍ଧା ମାନଙ୍କୁ ଆଜି ବାଣପୁର- ବାଲୁଗାଁ ଏ.ବି.ଭି.ପି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି ।

ଏହି ଅବସରରେ କାର୍ଯ୍ୟକର୍ତାଙ୍କ ଦ୍ୱାରା ବାଣପୁର ଅଞ୍ଚଳର ପ୍ରତାପ ଗ୍ରାମର ଆଶା କର୍ମୀ, ତୁମୁରାପୁଟ ପଞ୍ଚାୟତର ସରପଞ୍ଚ, ଗମ୍ଭାରୀମୁଣ୍ଡା ଓ ନାଚୁଣୀ ଅଞ୍ଚଳର କରୋନା ଯୋଦ୍ଧମାନେ ଯଥା ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତରଗଣ ଓ କର୍ମଚାରୀ, ଗମ୍ଭାରୀମୁଣ୍ଡା ଫାଣ୍ଡି ଅଧିକାରୀ, କୁଲେଇ ପଞ୍ଚାୟତ ସରପଞ୍ଚ ଓ ୱାର୍ଡ ମେମ୍ବର ବୃନ୍ଦ, ନାଚୁଣୀ ଫାଣ୍ଡି ଅଧିକାରୀ ଓ ନାଚୁଣୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଆଳତି କରି ,ପୁଷ୍ପ,ଚନ୍ଦନ ଲଗାଇ, ମିଷ୍ଟାନ ଖୁଆଇ, ଉପଢୌକନ ଓ ପ୍ରଶଂସା ପତ୍ର ଦେଇ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା l

ଏହି କରୋନା ଯୋଦ୍ଧା ମାନେ ନିଜ ଜୀବନକୁ ବିପନ୍ନ କରି ସମାଜକୁ ସୁରକ୍ଷା ପ୍ରଦାନ କରୁଛନ୍ତି, ଭାରତ ବର୍ଷ ଯୁଗଯୁଗ ଧରି ଏମାନଙ୍କ ଅବଦାନକୁ ମନେ ରଖିବ ବୋଲି ଏବିଭିପି ଖୋର୍ଦ୍ଧା ଜିଲ୍ଲା ଛାତ୍ରୀ ପ୍ରମୁଖ ସଂଗୀତା ସ୍ୱାଇଁ ମତ ପ୍ରକାଶ କରିଥିଲେ । ଏବିଭିପି ପର୍ଶୁରାମ ଜୁନିଅର କଲେଜ୍ କ୍ୟାମ୍ପସ ୟୁନିଟ ସଭାପତି ସୁଜିତ୍ କୁମାର ଜେନା ଓ ଏବିଭିପି ନାଚୁଣୀ ଜୁନିଅର୍ କଲେଜ କ୍ୟାମ୍ପସ ୟୁନିଟ ସଭାପତି ସୌମ୍ୟ ରଞ୍ଜନ ସାହୁ ସମ୍ପୂର୍ଣ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ନଗର ସମ୍ପାଦକ ବିକାଶ କୁମାର ସେଠୀ, ସହ ସମ୍ପାଦକ ବିବେକାନନ୍ଦ ଗଡ଼ନାୟକ ଓ ନାଚୁଣୀ ଡିଗ୍ରୀ କଲେଜ ଏବିଭିପି କ୍ୟାମ୍ପସ ୟୁନିଟ୍ ସଭାପତି ବିପ୍ଳବ ଗୁରୁ ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ । ଏବିଭିପିର ଏତାଦୃଶ କାର୍ଯ୍ୟକୁ ବାଣପୁର, ଗମ୍ଭାରୀମୁଣ୍ଡା ଓ ନାଚୁଣୀ ଅଞ୍ଚଳବାସୀ ଭୂୟସୀ ପ୍ରଶଂସା କରିଛନ୍ତି ।

abvp balugaon BANAPUR coronawarriors
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026

ଶିକ୍ଷକ କର୍ମଚାରୀଙ୍କର ଦାବିକୁ ଅବିଳମ୍ବେ ମାନି ନିଅନ୍ତୁ ସରକାର: ସମନ୍ୱୟ ସମିତି

August 26, 2026

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.