Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ଆଉ ଦୁଇଟି ପଞ୍ଚାୟତକୁ କରାଗଲା ସଟ୍‌ଡାଉନ୍‌
ଆଞ୍ଚଳିକ

ବାଣପୁରର ଆଉ ଦୁଇଟି ପଞ୍ଚାୟତକୁ କରାଗଲା ସଟ୍‌ଡାଉନ୍‌

June 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ମହାମାରୀ କରୋନା ଯୋଗୁଁ ବାଣପୁର ବ୍ଲକର ଆଉ ଦୁଇଟି ପଞ୍ଚାୟତ ସଟ୍‌ଡାଉନ୍‌ କରାଯାଇଛି। ଆଜିଠାରୁ ଆଗାମୀ ୪୮ ଘଣ୍ଟା ପାଇଁ ଦୁଇଟି ପଞ୍ଚାୟତକୁ ସଟ୍‌ଡାଉନ୍‌  ଘୋଷଣା କରାଯାଇଛି। ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ନାଚୁଣୀ ଓ ମୋରାମୋରି ପଞ୍ଚାୟତରୁ ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ପଞ୍ଚାୟତକୁ ସରପଞ୍ଚ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ମୋରାମୋରି ପଞ୍ଚାୟତରେ ଜଣେ ଗୁଜୁରାଟ ଫେରନ୍ତାଙ୍କ ସ୍ବାବ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍ଥାନୀୟ ସରପଞ୍ଚ ସବିତା ନାୟକ ଉକ୍ତ ପଞ୍ଚାୟତକୁ ଆସନ୍ତା ୨ ତାରିଖ ଦିନ ୧୦ଟା ପର୍ଯ୍ୟନ୍ତ ଗହୀର ମୋରାମୋରି ଗ୍ରାମକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି।

ସେହିପରି ଗତକାଲି ନାଚୁଣୀ ପଞ୍ଚାୟତର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେହି ଗ୍ରାମର ସରପଞ୍ଚ କାବୁଲ୍‌ ପ୍ରଧାନ ଉକ୍ତ ପଞ୍ଚାୟତକୁ ଆସନ୍ତା ତିନି ତାରିଖ ଯାଏ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଆକ୍ରାନ୍ତମାନେ ଗୁଜୁରାଟ ଓ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡିଛି। ନାଚୁଣୀ ପଞ୍ଚାୟତର ଜୀବନଦେଈପୁର, କହ୍ନେଇପୁର, ଗୋରଡାଝରୀ ଗ୍ରାମକୁ ଗତକାଲି ସନ୍ଧ୍ୟା ୬ ଘଟିକାଠାରୁ ଆସନ୍ତା ତିନି ତାରିଖ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଅବରୋଧ ଭାବେ ଘୋଷଣା କରାଯାଇଛି। ଏହି ନୋଟିସ୍‌ର ଅବମାନନା କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦିଆଯାଇଛି।

ଏହି ସମୟରେ ଲୋକମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଥିବାବେଳେ ବଜାରକୁ ଆସିବାକୁ ବାରଣ କରାଯାଇଛି। ସେହିପରି ଗମ୍ଭାରୀମୁଣ୍ଡା କ୍ବାରେଣ୍ଟାଇନ୍‌ କେନ୍ଦ୍ରକୁ କଣ୍ଟନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଗମ୍ଭାରୀମୁଣ୍ଡା ସରପଞ୍ଚ ଜେ.କେ ମହାରଥା ମଧ୍ୟ ଗତକାଲି ଗମ୍ଭାରୀମୁଣ୍ଡା ବଜାରର ଦୋକାନ ବଜାର ଖୋଲିବାକୁ ନିଷିଦ୍ଧ କରିଛନ୍ତି। ଏହା ଆସନ୍ତା ତିନି ତାରିଖ  ସକାଳ ୭ଟା ଯାଏ ବଳବତ୍ତର ରହିବ ବୋଲି ଘୋଷଣା କରାଯାଇଛି।

ନାଚୁଣୀ ବାଣପୁର ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.