Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁରରେ ଅଙ୍ଗନୱାଡ଼ି କର୍ମୀଙ୍କୁ କରୋନା ଯୋଦ୍ଧା ସମ୍ମାନ
ଆଞ୍ଚଳିକ

ବ୍ରହ୍ମପୁରରେ ଅଙ୍ଗନୱାଡ଼ି କର୍ମୀଙ୍କୁ କରୋନା ଯୋଦ୍ଧା ସମ୍ମାନ

June 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ରାଜ୍ୟରେ ଅଙ୍ଗନୱାଡ଼ି କର୍ମୀମାନେ ମଧ୍ୟ କରୋନା ମୁକାବିଲାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି । ଏହି ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ବ୍ରହ୍ମପୁର ମହାନଗର ନିଗମ ୩୧ ନମ୍ବର ୱାର୍ଡ଼ରେଂ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଥିଲା । ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣାଙ୍କ ନେତୃତ୍ୱରେ କମାପଲ୍ଲୀ ବୈଦ୍ୟନାଥେଶ୍ୱର ମନ୍ଦିର ପରିସରରେ ଆୟୋଜିତ ଉତ୍ସବରେ ୨୪ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନିତ କରାଯାଇଥିଲା । ବିଜେଡ଼ି ଜିଲ୍ଲା ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଓ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

କରୋନା ସଂକ୍ରମଣକୁ ରୋକିବାରେ ଅଙ୍ଗନୱାଡ଼ି କର୍ମୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ଶ୍ରୀ ମହାରଣା କହିଥିଲେ । ଅଙ୍ଗନୱାଡ଼ି କର୍ମୀଙ୍କ ସହ ସିଡ଼ିପିଓ ପୁଷ୍ପାଞ୍ଜଳି ମିଶ୍ର, ଅଙ୍ଗନୱାଡ଼ି ସୁପରଭାଇଜର ପଦ୍ମିନୀ ପଟ୍ଟନାୟକ ଓ ବହୁ ସ୍ୱେଚ୍ଛାସେବୀଙ୍କୁ ସମ୍ମାନିତ କରାଯାଇଥିଲା । ସମସ୍ତଙ୍କୁ ସାନିଟାଇଜର, ମାସ୍କ ଓ ଗ୍ଲୋବ୍ସ ମଧ୍ୟ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅମିତ ଦାଶ, ବିଜେଡ଼ି ଯୁବ ସଂଗଠକ ଏ. ସନ୍ତୋଷ ପାତ୍ର, କୁମାର ସୁରଜ ମହାରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅଙ୍ଗନୱାଡ଼ି କର୍ମୀଙ୍କୁ ସମ୍ମାନିତ କରିଥିଲେ ।

ଅଙ୍ଗନୱାଡ଼ି କର୍ମୀ କରୋନା ଯୋଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026

ଆଶୀର୍ବାଦର ଦୀପ- ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଜ୍ଜ୍ୱଳିତ ହେଲା ଏକ କୋଟି ଦୀପ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.