Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଶ୍ୱ ରକ୍ତଦାତା ଦିବସରେ ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ’ ର ଦଶମ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବିଶ୍ୱ ରକ୍ତଦାତା ଦିବସରେ ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ଅଭିଯାନ’ ର ଦଶମ ରକ୍ତଦାନ ଶିବିର ଅନୁଷ୍ଠିତ

June 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ ଓ ବ୍ରହ୍ମପୁର ରକ୍ତ ଭଣ୍ଡାରର ମିଳିତ ଅନୁକୂଲ୍ୟ ରେ ଦଶମ ଥର ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ନାମକ ରକ୍ତ ଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଥିଲା।

ପ୍ରତିବର୍ଷ ଜୁନ୍‍ ମାସ ୧୪ ତାରିଖକୁ ବିଶ୍ୱ ରକ୍ତଦାତା ଦିବସ ଭାବରେ ପାଳନ କରାଯାଏ। ରକ୍ତଦାନ ମହତ ଦାନ। ରକ୍ତଦାନର ବିଶେଷତ୍ୱ ନେଇ ଏହା ଉପରେ ଗବେଷଣାତ୍ମକ ଭାବରେ କୁହାଯାଇଛି – ଜଣେ ପୁରୁଷ ଶରୀରରେ ଏକ କେଜିରେ ୭୬ ମି.ଲି. ଓ ମହିଳା ଶରୀରରେ ୬୬ ମି.ଲି. ରକ୍ତ ରହିଛି। ଅଷ୍ଟ୍ରୀୟ ବିଜ୍ଞାନୀ କାର୍ଲ ଲାଣ୍ଡଷ୍ଟେଇନ୍‍ର ୧୯୦୧ ମସିହାରେ ପ୍ରଥମ ତିନିଟି ରକ୍ତବର୍ଗ (ଓ, ଏ, ଏବଂ ବି) ଆବିଷ୍କାର କରିଥିଲେ। ତାଙ୍କ ଜନ୍ମଦିନକୁ “ବିଶ୍ୱ ରକ୍ତଦାନ ଦିବସ’ ଭାବେ ପାଳନ କରାଯାଏ। ମଣିଷ ରକ୍ତକୁ ଆଠଟି ବର୍ଗରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ସୁସ୍ଥ ସବଳ ପ୍ରାପ୍ତ ବୟସ୍କ ମଣିଷ ଶରୀରରେ ପ୍ରାୟ ୧୦ ୟୁନିଟ୍‍ ବା ୧୦ ପିଣ୍ଟ ରକ୍ତ ଥାଏ। ସେ ଚାହିଁଲେ ପ୍ରତି ୫୬ ଦିନରେ ଥରେ ମାତ୍ର ୧ ପିଣ୍ଟ ରକ୍ତଦାନ କରିପାରେ।

ଚଳିତ ବର୍ଷ କରୋନା ମହାମାରୀ ପ୍ରଭାବ ରୁ ରକ୍ତ ଭଣ୍ଡାର ରେ ରକ୍ତ ଘୋର ଅଭାବ ଦେଖାଯାଇଛି ରୋଗୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ ଭାବେ ଗର୍ଭବତୀ ମହିଳା ଓ ଥାଲାସେମିଆ ରୋଗୀ ମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏହି ଅସୁବିଧାକୁ କିଛି ମାତ୍ରାରେ ହ୍ରାସ କରିବାପାଇଁ ଏକ ନିଆରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଉର୍ଦ୍ଦେଶ୍ୟ ହେଉଛି ରକ୍ତଦାତାମାନେ କେନ୍ଦ୍ରକୁ ଆସି ରକ୍ତ ଦାନ କରିବେ। ଆଜିର ଶିବିରରେ ସମୁଦାୟ ଦଶ ଗୋଟି ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସମୁଦାୟ ଦଶଗୋଟି ଶିବିରରେ ୧୭୦ ଗୋଟି ୟୁନିଟ ରକ୍ତ ସଂଗ୍ରହ ହୋଇଛି। ଏହି କାର୍ଯ୍ୟକ୍ରମରେ ରକ୍ତ ଭଣ୍ଡାରର ଡାକ୍ତର ସସ୍ମିତା ବେହେରା, ସୁଶାନ୍ତ କୁମାର ପାଣିଗ୍ରାହୀ ଏବଂ  ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସତ୍ୟ ନାରାୟଣ ଦାସ, ବିଷ୍ଣୁ ପ୍ରସାଦ ଦାସ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଶ୍ବ ବ୍ୟାପି କରୋନା ମହାମାରୀ ପ୍ରଭାବ ଥିଲା ବେଳେ ଏଭଳି ନିଆରା ରକ୍ତ ଦାନ ଶିବିର ଆୟୋଜିତ କରି ରକ୍ତ ଅଭାବ କୁ ଦୂରକରିବା ପ୍ରୟାସକୁ ସାଧାରଣ ମହଲରେ ପ୍ରଶଂସା କରାଯାଇଛି।

ବିଶ୍ୱ ରକ୍ତଦାତା ଦିବସ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026
Latest News

ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

September 19, 2026

“ବଡ଼ ଠକ…”: ମକ୍କା ଚୁକ୍ତି ଉପରେ ପାକିସ୍ତାନକୁ ସମାଲୋଚନା କଲେ ପୂର୍ବତନ ଆମେରିକାର NSA

September 19, 2026

ଗଣେଶ ଭସାଣି ବେଳେ ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର

September 19, 2026

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.