Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ ସାମଗ୍ରୀ ବର୍ଜନ ଉଦ୍ଦେଶ୍ୟରେ ବିକ୍ଷୋଭ ପ୍ରଦର୍ଶନ
ଆଞ୍ଚଳିକ

ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ ସାମଗ୍ରୀ ବର୍ଜନ ଉଦ୍ଦେଶ୍ୟରେ ବିକ୍ଷୋଭ ପ୍ରଦର୍ଶନ

June 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଆଜି ପୂର୍ବାହ୍ନ ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କରୋନା କଟକଣାକୁ ଦୃଷ୍ଟିରେ ରଖି ବାଣପୁର ମା ଭଗବତୀ ମନ୍ଦିର ସମ୍ମୁଖରେ ପ୍ଲାକାଡ ଧରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହା ସହିତ ଦେଶର ଜନତା ଅର୍ଥନୈତିକ କ୍ଷେତ୍ରରେ ଚୀନ୍ କୁ ଜବାବ୍ ଦେବା ପାଇଁ ଚୀନ୍ ସାମଗ୍ରୀକୁ ବର୍ଜ୍ଜନ କରିବା ପାଇଁ ନଗର ସମ୍ପାଦକ ବିକାଶ କୁମାର ସେଠୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ଲଦାଖର ଗଲାୱାନ ଉପତ୍ୟକାରେ ଚୀନ ଓ ଆମ ଦେଶର ସୈନିକଙ୍କ ଭିତରେ ରକ୍ତାକ୍ତ ସଂଘର୍ଷ ଘଟି ୨୦ ଜଣ ସୈନିକ ସହିଦ ହେବା, ୫୦ ରୁ ଅଧିକ ଆହତ ହେବା ଖବର ପ୍ରତ୍ୟେକ ଭାରତୀୟଙ୍କୁ ବ୍ୟଥିତ ତଥା କ୍ରୁଦ୍ଧ କରିଛି। ସମଗ୍ର ଦେଶରେ ଚୀନର ବିଶ୍ଵାସ ଘାତକତାକୁ ବରଦାସ୍ତ କରିପାରୁନି। ଧୀରେ ଧୀରେ ସମଗ୍ର ଦେଶରେ ଚୀନର ଏହି ବିଶ୍ଵାସ ଘାତକତା ପ୍ରତି ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଏନେଇ ସାରା ଦେଶରେ ବିଭିନ୍ନ ସଂଗଠନ ଦ୍ଵାରା ଚୀନର ସାମଗ୍ରୀ ବର୍ଜ୍ଜନ କରିବା ପାଇଁ ଆହ୍ୱାନ ଦିଆଯାଉଛି।

ଏହି ପରିପ୍ରେକ୍ଷୀରେ ଆଜି ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ ସାମଗ୍ରୀ ବର୍ଜ୍ଜନ ଉଦ୍ଦେଶ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଉକ୍ତ ପ୍ରତିବାଦ କାର୍ଯ୍ୟକ୍ରମରେ ନଗର ସହ ସମ୍ପାଦକ ବିବେକାନନ୍ଦ ଗଡ଼ନାୟକ, ଗୋଦାବରୀଶ ଜୁନିଅର୍ କଲେଜ କ୍ୟାମ୍ପସ ସଭାପତି ପ୍ରୀୟଂଶୁ ପ୍ରଧାନ, ପି.ବି.ବି କ୍ୟାମ୍ପସ ସଭାପତି ସିଦ୍ଧାର୍ଥ ବାରିକ, ରାଜେଶ୍ ପ୍ରଧାନ, ସୋମନାଥ ପଣ୍ଡା, ଦେବବ୍ରତ ପ୍ରମୁଖ ଯୋଗ ଦେଇଥିଲେ।

abvp balugaon banpur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.