Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ମୁକାବିଲା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପଦକ୍ଷେପ, ୮ଟି ବ୍ଲକ ଓ ୨ଟି ପୌର ପରିଷଦରେ ତାଲିମ କାର୍ଯ୍ୟକ୍ରମ
ଆଞ୍ଚଳିକ

କରୋନା ମୁକାବିଲା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପଦକ୍ଷେପ, ୮ଟି ବ୍ଲକ ଓ ୨ଟି ପୌର ପରିଷଦରେ ତାଲିମ କାର୍ଯ୍ୟକ୍ରମ

July 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର, ରାଜ୍ୟ ସରକାଙ୍କ ନିର୍ଦେଶ ଅନୁଯାୟୀ କୋଭିଡ-୧୯ ପରିଚାଳନା ରଣନୀତି ସଂକ୍ରାନ୍ତ ସଚେତନତା ପାଇଁ ଗ୍ରାମ ପଂଚାୟତ ଓ ସହରାଞ୍ଚଳ ୱାର୍ଡ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜଗତସିଂହପୁର ଜିଲ୍ଲାର ୮ଟି ବ୍ଲକ ଓ ୨ଟି ପୌର ପରିଷଦରେ ଆରମ୍ଭ ହୋଇଛି। ଆଜିଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଅନୁଷ୍ଠିତ ହେବ।

ସମସ୍ତ ସରପଂଚ, ଗ୍ରାମ ପଞ୍ଚାୟତ, ନୋଡାଲ ଅଧିକାରୀ, ୱାର୍ଡ ଅଫିସର, ସ୍ବଚ୍ଛସାଥୀ ସୁପରଭାଇଜରମାନଙ୍କୁ ଜିଲ୍ଲାସ୍ତରୀୟ ରେସପନସ ଟିମ୍, ବ୍ଲକ ଓ ପୌର ସ୍ତରରେ ସାମାଜିକ ଦୂରତା, ନିଜସ୍ବ ସୁରକ୍ଷା ମାଧ୍ୟମରେ ତାଲିମ ଦିଆଯାଉଛି। ଗତ ୨ ତାରିଖରେ ରାଜ୍ୟ ରିସୋର୍ସ ଟିମ୍ ଜିଲ୍ଲାସ୍ତରୀୟ ଓ ବ୍କକ ସ୍ତରୀୟ ରିସୋର୍ସ ଟିମଙ୍କୁ ଭିଡିଓ କନଫରେନସିଂ ଜରିଆରେ କୋଭିଡ-୧୯ ପରିଚାଳନାର ନୂଆ ବ୍ୟବସ୍ଥା ସମ୍ପରେ ତାଲିମ ଦିଆଯାଉଛି। ବ୍ଲକସ୍ତରୀୟ ରେସପନସ ଟିମ୍ ଗାଁ କଲ୍ୟାଣ ସମିତି ସଦସ୍ୟ, ସ୍ବୟଂ ସହାୟକ ଗୋଷ୍ଠୀର ସଂପାଦକ, ଆଶା ଓ ଅଙ୍ଗନବାଡି କର୍ମୀ, ୱାର୍ଡ କମିଟି ସଭ୍ୟଙ୍କୁ ମଧ୍ୟ କରୋନା ପରିଚାଳନା ନେଇ ତାଲିମ ଦିଆଯାଉଛି।

ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିର୍ଦେଶରେ ପ୍ରକଳ୍ପ ନିର୍ଦେଶକ ସରୋଜକାନ୍ତ ମହାନ୍ତିଙ୍କ ପରିଚାଳନାରେ ସମସ୍ତ ବ୍ଲକ ଓ ପୌର ପରିଷଦରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଆଜି ଜଗତସିଂହପୁର ପୌର ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶିବିରରେ ୨୧ ଜଣ ୱାର୍ଡ ଅଫିସର, ୨୫ ଜଣ ସୁପରଭାଇଜର, ୨ଜଣ ବ୍ଲକ ରେସପନସ ଟିମ୍ ସଭ୍ୟଙ୍କୁ ନିର୍ବାହୀ ଅଧିକାରୀ ବିମଳ କୁମାର ଲେଙ୍କା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଂଜନ ପଟ୍ଟନାୟକ ଓ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ଷଗଙ୍ଗୀ ବିକେନ୍ଦ୍ରୀକରଣ କୋଭିଡ ପରିଚାଳନା ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ

ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.