Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୁଣି ଥରେ ସଟ୍‌ଡାଉନ୍‌ ହେଲା ଭେଟେଶ୍ବର ପଞ୍ଚାୟତ
ଆଞ୍ଚଳିକ

ପୁଣି ଥରେ ସଟ୍‌ଡାଉନ୍‌ ହେଲା ଭେଟେଶ୍ବର ପଞ୍ଚାୟତ

July 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ବର ଗ୍ରାମ ପଂଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଓ ପେଣ୍ଡୁରାପଲ୍ଲୀ ଗାଁକୁ ପୁଣିଥରେ ସଟ୍ ଡାଉନ ଘୋଷଣା କରାଯାଇଛି। ଆଜି ମଧ୍ୟାହ୍ନ  ଅର୍ଥାତ ୧୩.୦୭.୨୦୨୦ ସୋମବାର ଦିବା ୨ ଘଟିକାଠାରୁ ଆସନ୍ତା ୧୭  ତାରିଖ ଶୁକ୍ରବାର ସନ୍ଧ୍ୟା ୭ଘଟିକା ଯାଏଁ ଏହି ପଞ୍ଚାୟତକୁ ସଟ୍ ଡାଉନ୍ ଘୋଷଣା କରିଛନ୍ତି ପଂଚାୟତ ସରପଞ୍ଚ। ଏହି ପଞ୍ଚାୟତରୁ ଆଜି ଜଣେ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମଣର ଭୟାବହତାକୁ ରୋକିବା ନିମେନ୍ତ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି ଭେଟେଶ୍ବର ପଞ୍ଚାୟତ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ।

ସୂଚନାଯୋଗ୍ୟ,  ପୂର୍ବରୁ ଏହି ଗ୍ରାମଟି ସଟ୍‌ଡାଉନ୍‌ କରାଯାଇଥିଲା। ଜଗନ୍ନାଥପୁର ଗାଁର ୩୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ସଂକ୍ରମିତ ହେବା ଜଣାପଡ଼ିବା ପରେ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କ  ସଟ୍‌ଡାଉନ୍‌ ପଦକ୍ଷେପ ଗ୍ରହଣ କରିଥିଲେ। ସଂକ୍ରମିତ ବ୍ୟକ୍ତି ଜଣଙ୍କ ଗତ ମାସ ୧୧ ତାରିଖରେ ବିଦେଶରୁ ଫେରିଥିଲେ ଏବଂ ଭାପୁରସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୪ ଦିନ ପାଇଁ  କ୍ବାରେଣ୍ଟାଇନରେ ରହିଥିଲେ। ଏହାପରେ ଘରେ ଆଉ ୧୪ଦିନ ହୋମ କ୍ବାରେଣ୍ଟାଇନରେ ରହିବା ପାଇଁ ସରପଞ୍ଚଙ୍କ ନିର୍ଦ୍ଦେଶ ରହିଥିଲା। କିନ୍ତୁ ଏହି ସମୟ ମଧ୍ୟରେ ସାଙ୍ଗସାଥୀ ଓ ପରିବାରଙ୍କ ସହିତ ଦୁଇଟି ଭୋଜିରେ ଯୋଗ ଦେଇଥିଲେ। ଏହିସବୁ କାର୍ଯ୍ୟକ୍ରମ ଭିତରେ ସଂକ୍ରମିତ ବ୍ୟକ୍ତି ଜଣଙ୍କ ପ୍ରାୟ ୫୦ ରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିଲେ। ତେବେ  ଆକ୍ରାନ୍ତଙ୍କ କଣ୍ଟାକ୍ଟରେ ଆସିଥିବା ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ ହେବା ପରେ ପ୍ରାୟ ୩୫ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା।

ତେବେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବା ହେତୁ ସରପଞ୍ଚମାନେ କଡା ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରି ସମ୍ପୃକ୍ତ ଲୋକଙ୍କ ସ୍ବାବ୍‌ ଟେଷ୍ଟ କରିବା ସହ ପଞ୍ଚାୟତକୁ ସାନିଟାଇଜେସନ୍‌ କରୁଛନ୍ତି।

ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.