Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସିରେ ତିନି କରୋନା ଆକ୍ରାନ୍ତ ଚି଼ହ୍ନଟ, କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ 
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସିରେ ତିନି କରୋନା ଆକ୍ରାନ୍ତ ଚି଼ହ୍ନଟ, କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ 

July 19, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସି ରେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା ଦେଇଛନ୍ତି ବାଣପୁର ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ। ସମସ୍ତ ଆକ୍ରାନ୍ତ ଲୋକାଲ କେସ ବୋଲି ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରେ ବାଣପୁର ଏନ.ଏ.ସି ୮ ନମ୍ବର ୱାର୍ଡର ଜଣେ ମହିଳା ଥିବା ସ୍ଥଳେ ୧୦ ନମ୍ବର ୱାର୍ଡର ଦୁଇ ଜଣ ପୁରୁଷ ରହିଛନ୍ତି ବୋଲି ସୂଚନା ମିଳିଛି।

ପ୍ରାଥମିକ ପର୍ଯ୍ୟାୟରେ ସମସ୍ତ ଆକ୍ରାନ୍ତଙ୍କ ବାସଭବନକୁ ଏନ.ଏ.ସି ଦ୍ୱାରା ସାନିଟାଇଜେସନ କରାଯାଇଛି। ଆସନ୍ତାକାଲି ସକାଳ ୭ ଘଟିକାରୁ ୨୩ ତାରିଖ ସକାଳ ୭ ଘଟିକା ଯାଏଁ ବଜାର ସାହି ପୋଷ୍ଟ ଅଫିସଠାରୁ ମା ଭଗବତୀ ମନ୍ଦିର ପର୍ଯ୍ୟନ୍ତ ଅଞ୍ଚଳକୁ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସୀତାଂଶୁ ରାଉତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି।

ଉକ୍ତ ସମୟରେ କୌଣସି ବ୍ୟକ୍ତି ଘରୁ ବାହାରିବେ ନାହିଁ ଏବଂ ଏହି କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ସରକାରୀ ଏବଂ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିବ। ଉକ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳକୁ ସାନିଟାଇଜେସନ କରାଯିବା ସହ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଏହି ସମୟରେ ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ। ତେବେ  ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ମେଡ଼ିସିନ ଅଞ୍ଚଳବାସୀଙ୍କୁ ଜିଲ୍ଲା ପ୍ରଶାସନ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଟିମ ଦ୍ୱାରା ଯୋଗାଇଦିଆଯିବ।

କଣ୍ଟେନମେଣ୍ଟ ଜୋନରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସହ ବିଭିନ୍ନ କାର୍ଯ୍ୟ ତଦାରଖ ପାଇଁ ଜିଲ୍ଲାପାଳ ନିମ୍ନଲିଖିତ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ଅଜୟ କୁମାର ଗୁମାନସିଂ (କନିଷ୍ଠ ଯନ୍ତ୍ରୀ, ବାଣପୁର ବ୍ଲକ), ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଦାୟିତ୍ବ ଦିଆଯାଇଥିବାବେଳେ ବାଣପୁର ଫାୟାର ଷ୍ଟେସନ ଅଫିସରଙ୍କୁ କଣ୍ଟେନମେଣ୍ଟ ଏବଂ ବଫର୍‌ ଜୋନ୍‌କୁ ନିୟମିତ ବ୍ୟବଧାନରେ ସାନିଟାଇଜ୍‌ କରିବାକୁ ଦାୟିତ୍ବ ଦିଆଯାଇଛି। ଡ଼ାଃ ଡ଼ି. ମହାପାତ୍ର(ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ) ଙ୍କୁ କଣ୍ଟ୍ରାକ୍ଟ ଟ୍ରେସିଂ ଏବଂ ସମ୍ପୃକ୍ତ ଅଞ୍ଚଳରେ ସର୍ଭେଲାନ୍ସ ଓ ସ୍ବାବ୍‌ ଟେଷ୍ଟିଂ ଦାୟିତ୍ବ ଦିଆଯାଇଛି।  ଏବଂ ଶ୍ରୀମତୀ ବିଦ୍ୟୁତପ୍ରଭା ରଥ( ସି.ଡ଼ି.ପି.ଓ )ଙ୍କୁ ଘରକୁ ଘର ବୁଲି ସର୍ଭେ କରିବା ଦାୟିତ୍ବ ଦିଆଯାଇଛି। ଉକ୍ତ ସବୁ କାର୍ଯ୍ୟକୁ ତଦାରଖ କରିବେ ବାଣପୁର ତହସିଲଦାର ଶ୍ରୀ ମନ୍ମଥ କୁମାର ବେହେରା।

କଣ୍ଟେନେମଣ୍ଟ ଜୋନ୍‌ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

August 17, 2026

ଋଷ ସହିତ ଉତ୍ତେଜନା ମଧ୍ୟରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ: ଜାଣନ୍ତୁ କାରଣ

August 17, 2026

କେନ୍ଦ୍ରୀୟ ରାଜନୀତିକୁ ଆସିବେ ଫଡନାଭିସ୍?: ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ସ୍ପଷ୍ଟ ହେଲା ଚିତ୍ର

August 17, 2026

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

August 17, 2026

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ: ବୈଜୟନ୍ତ ପଣ୍ଡା ଏବଂ ସମ୍ବିତ ପାତ୍ରଙ୍କୁ ବଡ଼ ଦାୟିତ୍ଵ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.