Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାସୁମନ
ଆଞ୍ଚଳିକ

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାସୁମନ

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ଆଜି ସତ୍ୟବାଦୀର ସାରସ୍ବତ ସାଧକ ଉତ୍କଳର ବରପୁତ୍ର ସ୍ବର୍ଗତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୪ ତମଶ୍ରାଦ୍ଧ ଦିବସ ତଥା ବାଣପୁର ଅଞ୍ଚଳର ସ୍ବନାମଧନ୍ୟ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟର ୫୮ ତମ ପ୍ରତିଷ୍ଠା ଦିବସ। କରୋନା ସଂକ୍ରମଣ ଯୋଗୁଁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲେ ମଧ୍ୟ ନିରାଡମ୍ବର ଭାବରେ ଏହା ପାଳିତ ହୋଇଛି। ପ୍ରଭାତରେ ମହାବିଦ୍ୟାଳୟ ପୁଷ୍କରିଣୀରେ ତିଳ ତର୍ପଣ ପୂର୍ବକ ସ୍ବର୍ଗତ ପଣ୍ଡିତ ମିଶ୍ରଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିବାବେଳେ ପରିସରରେ ଥିବା ପଣ୍ଡିତ ମିଶ୍ରଙ୍କ ପ୍ରତିମୂତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶିବ ପ୍ରସାଦ ନାୟକ, ପ୍ରଶାସନିକ ଅଧିକାରୀ ଡ. ପ୍ରମୋଦ କୁମାର ପାଢୀ, ମୁଖ୍ୟ କିରାଣୀ ଶ୍ରୀ ଦୁର୍ଯ୍ୟୋଧନ ସାହୁ, କ୍ୟାପେଟନ୍‌ ଗୁରୁ କିଶୋର ନାୟକ, ପ୍ରାଧ୍ୟାପକ ପ୍ରଭାତ କୁମାର ହୋତା, ଶ୍ରୀ ଚିତ୍ତରଞ୍ଜନ ବେହେରା, ଡ. ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା, ଅମୂଲ୍ୟ ମାଳି, ମନୋଜ ପରିମାଣିକ, ପ୍ରଭାତ ମାର୍ଥା ଏବଂ କେତେଜଣ ଅବସରପ୍ରାପ୍ତ କର୍ମଚାରୀ ଯୋଗ ଦେଇ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ମହାବିଦ୍ୟାଳୟର ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ।

କରୋନା କଟକଣା କୁ ଦୃଷ୍ଟିରେ ରଖି ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ ଏବଂ କର୍ମଚାରୀ ମାନେ ସାମାଜିକ ଦୂରତ୍ୱ ରକ୍ଷା କରି ମାସ୍କ ପରିଧାନ କରି ଆଜିର ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିଥିଲେ। ସୂଚନାଥାଉ କି ପିଢ଼ି ପରେ ପିଢ଼ି ଆମ ରାଜ୍ୟ ତଥା ଦେଶ ବିଦେଶକୁ ଶହ ଶହ ସୁନାମଧନ୍ୟ ଏବଂ ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ପ୍ରଦାନ କରିଆସୁଥିବା ଓଡ଼ିଶାର ଏହି ବହୁ ପୁରାତନ ଓ ପ୍ରତିଷ୍ଠିତ ମହାବିଦ୍ୟାଳୟ ଆଗାମୀ ଦୁଇ ବର୍ଷ ପରେ ଏହାର ହୀରକ ଜୟନ୍ତୀ ପାଳନ କରିବାକୁ ଯାଉଅଛି।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.