Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲାବାସୀଙ୍କର ୨ୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧.୩୧ କୋଟି ଟଙ୍କା ଦାନ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲାବାସୀଙ୍କର ୨ୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧.୩୧ କୋଟି ଟଙ୍କା ଦାନ

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲାବାସୀଙ୍କର ୨ୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧.୩୧ କୋଟି ଟଙ୍କା ଦାନ

ଭୁବନେଶ୍ୱର,  ଖୋର୍ଦ୍ଧା ଜିଳ୍ଲାବାସୀଙ୍କ ତରଫରୁ ୨ୟ ପର୍ଯ୍ୟାୟରେ କୋଭିଡ଼୍-୧୯ ଲଢ଼େଇରେ ସହଯୋଗ ରାଶି ଭାବେ ମୁଖ୍ୟମନ୍ତ୍ରୀଙ୍କ  ରିଲିଫ୍ ପାଣ୍ଠିକୁ ୧ କୋଟି ୩୧ ଲକ୍ଷ ୮୨ ହଜାର ୪୪୫ ଟଙ୍କା ପ୍ରଦାନ କରାଯାଇଛି । ଖୋର୍ଦ୍ଧାର ଜିଲ୍ଲାପାଳ ଶ୍ରୀ ସିତାଂଶୁ ରାଉତ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ କୁମାର ସ୍ୱାଇଁ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବନ୍ଦନା ମହାପାତ୍ର ଆଜି ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ ତ୍ରିପାଠୀଙ୍କୁ ଏହି ରାଶିର ଡ୍ରାଫ୍ଟ୍ ପ୍ରଦାନ କରିଥିଲେ ।

ଡ୍ରାଫ୍ଟ୍ ଗ୍ରହଣ କରି ମୁଖ୍ୟ ଶାସନ ସଚିବ  ଶ୍ରୀ ତ୍ରିପାଠୀ  ଖୋର୍ଦ୍ଧା ଜିଲ୍ଲାର  ଶିକ୍ଷକ, ଅଧିକାରୀ, କର୍ମଚାରୀ ଓ ଜିଲ୍ଲାବାସୀଙ୍କୁ  ଏତାଦୃଶ ଅବଦାନ ପାଇଁ ସାଧୁବାଦ ଜଣାଇବା ସହ  ନିଜ ନିଜ ସ୍ତରରେ  ‘ସାମାଜିକ  ଦୂରତା’ ଓ ସ୍ୱଚ୍ଛତା ନିୟମ ଅନୁପାଳନ  ସଚେତନତା ଜାରି ରଖିବାକୁ  ଅନୁରୋଧ କରିଥିଲେ ।

ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରାଉତ କହିଥିଲେ ଯେ ଖୋର୍ଦ୍ଧା ଶିକ୍ଷାଜିଲ୍ଲାର ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷକ, ଶିକ୍ଷା ଅଧିକାରୀ ଏବଂ କର୍ମଚାରୀମାନେ ନିଜର ୧ ଦିନର ଦରମାରୁ ପ୍ରାୟ ୧.୭ କୋଟି  ଟଙ୍କା  ଦାନ କରିଛନ୍ତି । ଅବଶିଷ୍ଟ ରାଶି ଜିଲ୍ଲାର ସ୍ୱେଚ୍ଚାସେବୀ ଅନୁଷ୍ଠାନ, ସ୍ୱୟଂ ସହାୟକଗୋଷ୍ଠୀ ବ୍ୟବସାୟିକ ସଂସ୍ଥା ଏବଂ ବ୍ୟକ୍ତି ବିଶେଷମାନେ ଦାନ କରିଛନ୍ତି । ସୂଚନା ଯୋଗ୍ୟ, ଚଳିତ ବର୍ଷ ମେ ମାସ ୮ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲାବାସୀ ୧ମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ  ରିଲିଫ୍ ପାଣ୍ଠିକୁ  ୧ କୋଟି  ଟଙ୍କା  ପ୍ରଦାନ  କରିଥିଲେ ।

 

Khordha Collector
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.