Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୨୪ ଘଂଟା ପାଇଁ ଧର୍ମଗଡ ଏନଏସି ସଟ ଡାଉନ
ଆଞ୍ଚଳିକ

୨୪ ଘଂଟା ପାଇଁ ଧର୍ମଗଡ ଏନଏସି ସଟ ଡାଉନ

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢୁଥିବା ବେଳେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳୁଛି। ତେବେ ବର୍ତ୍ତମାନ କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯ରେ ପହଂଚିଥିବା ବେଳେ ଗତକାଲି ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦେଖି ଜିଲ୍ଲାର ଧର୍ମଗଡ ଏନଏସିକୁ ୨୪ ଘଂଟା ପାଇଁ ସଟଡାଉନ ଘୋଷଣା କରାଯାଇଛି। ତେବେ ଏହି ସଟଡାଉନ ସମୟରେ ଧର୍ମଗଡ ଏନଏସିର ୧୪ ଟି ୱାର୍ଡରେ ବସବାସ କରୁଥିବା ୧୬ହଜାର ବାସିନ୍ଦାଙ୍କୁ ଘର ଘର ବୁଲି ସ୍ୱାସ୍ଥ୍ୟକର୍ମ ଅଙ୍ଗନୱାଡି ଆଶା ଦିଦି ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ସେମାନଙ୍କର ସ୍ୱାସ୍ଥ୍ୟଗତ ତଥ୍ୟ ସରକାରଙ୍କ ଠାରେ ପହଂଚାଇବ।

ଏଥିପାଇଁ ଧର୍ମଗଡ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ୩୧ ଜଣିଆ ଟିମ ଗଠନ କରାଯାଇଛି ବୋଲି ଧର୍ମଗଡ ଉପଜିଲ୍ଲାପାଳ ଦିବାକର ଟିଏସ ସୁଚନା ଦେଇଛନ୍ତି। ତେବେ ଏହି ସଟଡାଉନ ସମୟରେ ଧର୍ମଗଡ ଏନଏସି ଭିତରକୁ ପ୍ରବେଶ ଓ ବାହାରକୁ ଯିବାକୁ ଜନସାଧାରଣଙ୍କୁ ବାରଣ କରାଯାଇଥିବା ବେଳେ ସମସ୍ତ ଲୋକ ନିଜ ଘରେ ରହି ସ୍ୱତପ୍ରବୃତ ଭାବେ ସମସ୍ତ ତଥ୍ୟ ସହ ସ୍ୱାସ୍ଥ୍ୟ ପରୀକ୍ଷା କରାଇବାକୁ ଉପଜିଲ୍ଲାପାଳ ନିବେଦନ କରିଛନ୍ତି।

ପୁଲିସ ପ୍ରଶାସନ ପକ୍ଷରୁ ଧର୍ମଗଡ ସହରରେ ସମସ୍ତ ଛକରେ ବ୍ୟାପକ ପୁଲିସ ମୁତୟନ କରାଯାଇ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେବା ସହିତ ଜରୁରୀକାଳିନ ଓ ଡାକ୍ତରଖାନା ଯିବା ପାଇଁ ଅନୁମତି ଦିଆଯଅଉଥିବା ଦେଖିବାକୁ ମିଳିଛି। ସଟଡାଉନ ଯୋଗୁଁ ଧର୍ମଗଡ ସହରର ଦୋକାନ ବଜାର ସବୁ ବନ୍ଦ ରହିବା ସହିତ ଯାତାୟତ ମଧ୍ୟ ବନ୍ଦ ରହିଛି।

କରୋନା କଳାହାଣ୍ଡି ଜିଲ୍ଲା ସଟଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025

ଚିଲିକା: ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ରବୃତ୍ତି

September 8, 2025

ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ

September 6, 2025

ଚୋରି ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ

September 4, 2025
Latest News

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025

ଭୁବନେଶ୍ୱରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଶୁଭାରମ୍ଭ

September 9, 2025

ବିଜେଡିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଏନ ଭାସ୍କର ରାଓ, ଗଠନ କଲେ ଏକ ନୂଆ ମଞ୍ଚ

September 9, 2025

ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ‘ନବଦୀକ୍ଷା’ କାର୍ଯ୍ୟକ୍ରମରେ ବାଚସ୍ପତି

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.