
ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଏକ ବଡ଼ଧରଣର ଅବକାରୀ ଚଢ଼ାଉ ହୋଇ ବିପୁଳ ପରିମାଣରେ ଦେଶୀ ମଦ ଜବତ ହୋଇଛି। ଘଟଣାରୁ ପ୍ରକାଶ ଯେ କୁକୁଡ଼ାଖଣ୍ଡି ବ୍ଲକ୍ ଅନ୍ତର୍ଗତ କମ୍ଭଝରୀ ଗ୍ରାମରେ ବ୍ୟାପକ ଦେଶୀ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ଏବଂ ତହସିଲ୍ଦାର ଖବର ପାଇଥିଲେ। ଉଭୟ ବିଭାଗର ବହୁ କର୍ମଚାରୀଙ୍କ ସହ ଅତିର୍କିତ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ପ୍ରାୟ ୫୦୦୦ ଲିଟର ଦେଶୀ ମଦ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।