Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନ.ଏ.ସିର ସରଳାପଦର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ
ଆଞ୍ଚଳିକ

ବାଲୁଗାଁ ଏନ.ଏ.ସିର ସରଳାପଦର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଖୋର୍ଦ୍ଧା ଉପଜିଲ୍ଲାପାଳ

August 20, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ବାଲୁଗାଁ: ବାଲୁଗାଁ ଏନ.ଏ.ସି ର ସରଳାପଦର ଗ୍ରାମ (ୱାର୍ଡ ନମ୍ବର ୧୧)ରେ ଦିନକୁ ଦିନ ସ୍ଥାନୀୟ କରୋନା ଆକ୍ରାନ୍ତ ବଢୁଛନ୍ତି। ଗତକାଲି ରାତି ସୁଦ୍ଧା ଉକ୍ତ ୱାର୍ଡ ରେ ତିନି ଜଣ ନୂତନ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରଳାପଦର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିବାପାଇଁ ପତ୍ର ସଂଖ୍ୟା ୮୩୯/୨୦.୦୮.୨୦୨୦ ରେ ଏକ ଚିଠି ବାଲୁଗାଁ ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ଆଜି ଜିଲ୍ଲା ପ୍ରଶାସନ ନିକଟକୁ ଅନୁମୋଦନ ପାଇଁ ପଠାଇଥିଲେ।

ଏହାକୁ ଗମ୍ଭୀରତାର ସହ ନେଇ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ବେହୁରିଆ ଉକ୍ତ ଚିଠିକୁ ଅନୁମୋଦନ ଦେଇ ବାଲୁଗାଁ ଏନ.ଏ.ସି ର ୧୧ ନମ୍ବର ୱାର୍ଡ ସରଳାପଦର ଗ୍ରାମକୁ ତା ୨୦.୦୮.୨୦(ଗୁରୁବାର ) ସନ୍ଧ୍ୟା ୭ ଘଟିକାରୁ ତା ୨୩.୦୮.୨୦(ରବିବାର ) ସଂଧ୍ୟା ୭ ଘଟିକା ଯାଏଁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛନ୍ତି। ଉକ୍ତ ସମୟରେ କୌଣସି ବ୍ୟକ୍ତି ଘରୁ ବାହାରିବେ ନାହିଁ ଏବଂ ଏହି କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ସରକାରୀ ଏବଂ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିବ। ଉକ୍ତ ସମୟରେ ସମସ୍ତ ଅଞ୍ଚଳକୁ ସାନିଟାଇଜେସନ କରାଯିବା ସହ ସ୍ଵାବ ନମୂନା ସଂଗ୍ରହ କରାଯିବ। ଏହି ସମୟରେ ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରିଛନ୍ତି ଉପ ଜିଲ୍ଲାପାଳ। ତେବେ ଜିଲ୍ଲା ପ୍ରଶାସନ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଟିମ ଦ୍ୱାରା ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ମେଡ଼ିସିନ ଅଞ୍ଚଳବାସୀଙ୍କୁ ଯୋଗାଇଦିଆଯିବ।

କଣ୍ଟନମେଣ୍ଟ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସହ ବିଭିନ୍ନ କାର୍ଯ୍ୟ ତଦାରଖ ପାଇଁ ଉପ ଜିଲ୍ଲାପାଳ ନିମ୍ନଲିଖିତ ଅଧିକାରୀଙ୍କୁ ନୋଡାଲ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ଆକୃତି ଗୋଏଙ୍କା (କାର୍ଯ୍ୟନିର୍ବାହୀ ଅଧିକାରୀ, ବାଲୁଗାଁ ଏନ.ଏ.ସି )ଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଦାୟିତ୍ବ ଦିଆଯାଇଥିବାବେଳେ ବାଲୁଗାଁ ଫାୟାର ଷ୍ଟେସନ ଅଫିସରଙ୍କୁ କଣ୍ଟେନମେଣ୍ଟ ଅଞ୍ଚଳ ଏବଂ ବଫର୍‌ ଜୋନ୍‌କୁ ନିୟମିତ ବ୍ୟବଧାନରେ ସାନିଟାଇଜ୍‌ କରିବାକୁ ଦାୟିତ୍ବ ଦିଆଯାଇଛି। ଡ଼ାଃ ସୌମ୍ୟକାନ୍ତ ଦାସ ପଟ୍ଟନାୟକ (ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ) ଙ୍କୁ କଣ୍ଟ୍ରାକ୍ଟ ଟ୍ରେସିଂ ଏବଂ ସମ୍ପୃକ୍ତ ଅଞ୍ଚଳରେ ସର୍ଭେଲାନ୍ସ ଓ ସ୍ବାବ୍‌ ଟେଷ୍ଟିଂ ଦାୟିତ୍ବ ଦିଆଯାଇଛି ଏବଂ ଶ୍ରୀମତୀ ପ୍ରିୟଦର୍ଶିନୀ ମହାନ୍ତି ( ସି.ଡ଼ି.ପି.ଓ )ଙ୍କୁ ଘରକୁ ଘର ବୁଲି ସର୍ଭେ କରିବା ଦାୟିତ୍ୱ ଦିଆଯାଇଛି। ଉକ୍ତ ସବୁ କାର୍ଯ୍ୟକୁ ତଦାରଖ କରିବେ ଚିଲିକା ତହସିଲଦାର ଡ଼ାଃ ପୁନମ ମହାପାତ୍ର।

କଣ୍ଟେନମେଣ୍ଟ ଖୋର୍ଦ୍ଧା ଉପଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026

ରଣପୁର: ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 12, 2026

ବ୍ରିକ୍ସ ସମ୍ମିଳନୀ: ‘ଟାଇଗର ବ୍ରାଇଟ୍‌’ ଜରିଆରେ ବିଶ୍ୱ ଦରବାରରେ ଓଡ଼ିଶା କଫି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.