ଜଗତସିଂହପୁର ଜିଲ୍ଲାରୁ ଆଜି ୩୬ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଲା

Published: Aug 29, 2020, 9:07 pm IST

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୪ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୭ଜଣ, କୁଜଙ୍ଗ ବ୍ଲକରୁ ୭ଜଣ, ପାରାଦ୍ଵୀପ ମ୍ୟୁନିସିପାଲିଟିରୁ ୪ଜଣ, ରଘୁନାଥପୁର ବ୍ଲକରୁ ୩ଜଣ ଓ ତିର୍ତ୍ତୋଲ ବ୍ଲକରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୬୯୭ ଜଣଙ୍କ ମଧ୍ୟରୁ ୧୦୯୬ ଜଣ ସୁସ୍ଥ ହୋଇଥିବା ବେଳେ ୪ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ୫୯୭ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related posts