Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବଙ୍କ ଜଗତସିଂହପୁର ଜିଲ୍ଲାର ବନ୍ୟାଞ୍ଚଳ ଗ୍ରସ୍ତ, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ସମୀକ୍ଷା
ଆଞ୍ଚଳିକ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବଙ୍କ ଜଗତସିଂହପୁର ଜିଲ୍ଲାର ବନ୍ୟାଞ୍ଚଳ ଗ୍ରସ୍ତ, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ସମୀକ୍ଷା

August 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବନ୍ୟାଜନିତ ପରିସ୍ଥିତିର ପରିଚାଳନା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତଦାରଖ ଦାୟିତ୍ବରେ ଥିବା ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆଜି ତିର୍ତ୍ତୋଲ ବ୍ଲକ, କୁଜଙ୍ଗ ଓ ଜଗତସିଂହପୁର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ଜଇପୁର ପଥପ୍ରାନ୍ତ ଆଶ୍ରୟ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ସହିତ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ ।ଜଗତସିଂହପୁର ଜିଲ୍ଲାର ୧୬ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ବେଳେ ଜିଲ୍ଲା ପ୍ରଶାସନ ସଜାଗରହି ଖାଦ୍ୟଦ୍ରବ୍ୟ, ଗୋ ଖାଦ୍ୟ ,ପଲିଥିନ୍ ଓ ଆର ଏସ୍ ଔଷଧ,ପାନୀୟଜଳ, ହାଲୋଜିନ୍ ଟାବଲେଟସ୍ ,ଶୁଖିଲା ଖାଦ୍ୟ, ରନ୍ଧାଖାଦ୍ୟ ରିଲିଫ୍ କୋର୍ଡ ଅନୁଯାୟୀ ଯୋଗାଇ ଦେଇଛନ୍ତି। ଏଥିସହିତ ଏନ୍ ଡି ଆର୍ ଏଫ୍, ଓଡ୍ରାଫ୍ ,ଅଗ୍ନିଶମ ବାହିନୀ ସଜାଗ ରହିଛନ୍ତି। ଯଦି ପାଣି ନିଷ୍କାସନ ନହୁଏ ଆର୍ ଡିସିଙ୍କ ଅନୁମତିରେ ରିଲିଫ୍ କୋର୍ଡ ଅନୁଯାୟୀ ରନ୍ଧାଖାଦ୍ୟ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦିଆଯିବ। କୌଣସି ସ୍ଥାନରେ ଯେପରି ଧନଜୀବନ ହାନି ନହୁଏ ତା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି। ଏଥିସହିତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ କ୍ଷୟକ୍ଷତି ଆକଳନ କରିବାକୁ କୁହାଯାଇଛି। ପାଣି ଛାଡିବା ପରେ ପୂର୍ନଉଦ୍ଧାର ଓ ଥଇଥାନ କାର୍ଯ୍ୟ ଆରମ୍ଭ ହେବ।

ଏଥିସହିତ ଅଧିକ ସଂଖ୍ୟକ ଏଲ୍ ଆଇ, ଗୋ ମିତ୍ର , ପାରାଭେଟ୍ ମାନଙ୍କୁ କ୍ଷତିଗ୍ରସ୍ତ ଗ୍ରାମାଞ୍ଚଳରେ ନିୟୋଜିତ କରିବାକୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତ୍ୟେକ ପଞ୍ଚାୟତକୁ ପାନୀୟ ଜଳ ଟ୍ୟାଙ୍କର ପଠାଇବା ସହିତ ଅନ୍ୟ ଟ୍ୟାଙ୍କର ଗାଁ ଗାଁ ବୁଲି ପାନୀୟଜଳ ଯୋଗାଇବାକୁ ଆର୍.ଡବ୍ଲ୍ୟୁ.ଏସ୍.ଏସ୍ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପାଣି ଛାଡିବା ପରେ ସଂକ୍ରମଣ ଜନିତ ଡାଇରିଆକୁ ଦୃଷ୍ଟିରେ ରଖି ପ୍ରଚୁର ପରିମାଣରେ ହାଲୋଜିନ୍ ଟାବଲେଟ୍ ,ଓ.ଆର୍.ଏସ୍,ସାନିଟାରୀ ନ୍ୟାପକିନ୍ ଯୋଗାଇବାକୁ ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରମୁଖ ଶାସନ ସଚିବଙ୍କ ସହ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ତିର୍ତ୍ତୋଲ, କୁଜଙ୍ଗ ଓ ଜଗତସିଂହପୁର ବ୍ଲକର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଉଥିବା ଆଗୁଆ ପଦକ୍ଷେପ ସମ୍ପର୍କରେ ଶାସନ ସଚିବଙ୍କୁ ଅବଗତ କରାଯାଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ, ପିଡି ଡିଆର୍ ଡିଏ ସରୋଜକାନ୍ତ ମହାନ୍ତି, ଉପ-ଜିଲ୍ଲାପାଳ ଧର୍ମେନ୍ଦ୍ର ମଲ୍ଲିକ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଜଗତସିଂହପୁର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.