Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ
ଆଞ୍ଚଳିକ

ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ଅଞ୍ଚଳରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଅଛି। ଉକ୍ତ ଦୁଇଟି ସହରର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗଦେଇଥିଲେ। ବିଧାୟକ ସର୍ବପ୍ରଥମେ ବାଲୁଗାଁ ଏନ.ଏ.ସି କାର୍ଯ୍ୟାଳୟରେ ପହଁଚି କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ଏହାପରେ ଗାନ୍ଧୀଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ନିଜର ଅଭିଭାଷଣରେ ବିଧାୟକ ଆଗାମୀ ଦିନରେ ବାଲୁଗାଁ ସହରର ସର୍ବାଙ୍ଗୀନ ଉନ୍ନତି ସହ ସହରର ଡ୍ରେନେଜ ଏବଂ ଆଲୋକୀକରଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ଦିଗରେ ଗୁରୁତ୍ୱାରୋପ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ର କାର୍ଯ୍ୟନିର୍ବାହୀ ଅଧିକାରୀ ଆକୃତି ଗୋଏଙ୍କାଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ସ୍ଵେଚ୍ଛାସାଥି ମାନେ ଉପସ୍ଥିତ ଥିଲେ।

ବାଲୁଗାଁ ଗସ୍ତ ପରେ ବିଧାୟକ ବାଣପୁର ଏନ.ଏ.ସି କାର୍ଯ୍ୟାଳୟରେ ପହଁଚି ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ଏହାପରେ ସହିଦ କୃତିବାସ ପାଟଶାଣୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ବାଣପୁର ଏନ.ଏ.ସି କାର୍ଯ୍ୟାଳୟ ପରିସରରେ ବିଧାୟକ ନିଜର ଅଭିଭାଷଣରେ ଆଗାମୀ ଦିନରେ ବାଣପୁର ସହରରେ କେତେ ଗୋଟି ଉନ୍ନୟନ ଯୋଜନା ମାନ ନିଶ୍ଚିତ ରୂପେ କାର୍ଯ୍ୟକ୍ଷମ ହେବ ବୋଲି ପ୍ରତିଶୃତି ଦେଇଥିଲେ। ସେଗୁଡିକ ହେଲା ଏନ.ଏ.ସି ରେ ଜଳ ନିଷ୍କାସନ ପାଇଁ ଡ୍ରେନେଜ ନିର୍ମାଣ, ସ୍ମାର୍ଟ ସ୍ମଶାନ ନିର୍ମାଣ, ସ୍ମାର୍ଟ ପାର୍କ ନିର୍ମାଣ ଏବଂ ଅଲଗା ଅଲଗା ଭେଣ୍ଡିଙ୍ଗ ଜୋନ ପ୍ରତିଷ୍ଠା(ଉଭୟ ପରିବା ଏବଂ ମାଛ, ମାଂସ ବିକ୍ରେତାଙ୍କ)। ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ଉପସ୍ଥିତ ଥିଲେ।

ବାଣପୁର ବାଲୁଗାଁ ସ୍ୱାୟତ୍ତ ଶାସନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.