Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଂଜାମ ଜିଲ୍ଲାରେ ପୁନଃ ଟ୍ରେନ ରହଣି ନେଇ ଦାବି କଲା ଜିଲ୍ଲା କଂଗ୍ରେସ
ଆଞ୍ଚଳିକ

ଗଂଜାମ ଜିଲ୍ଲାରେ ପୁନଃ ଟ୍ରେନ ରହଣି ନେଇ ଦାବି କଲା ଜିଲ୍ଲା କଂଗ୍ରେସ

September 2, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ରାଜ୍ୟ ସରକାର ଗଂଜାମ ଜିଲ୍ଲାରେ କରୋନା ସଂକ୍ରମଣକୁ ଦେଖି ବ୍ରହ୍ମପୁର ତଥା ଜିଲ୍ଲାରେ ଟ୍ରେନ ସେବା ବ୍ୟବସ୍ଥାକୁ ବନ୍ଦ କରିଦେଇଥିଲେ। ଓଡ଼ିଶାରୁ ପ୍ରାୟ ୨୦ଟି ଯାତ୍ରୀବାହୀ ଟ୍ରେନ ବିଭିନ୍ନ ରୁଟ୍‌ରେ ଯାତାୟତ କରୁଛି। ବ୍ରହ୍ମପୁର ରେଳ ଷ୍ଟେସନ ଅତିକ୍ରମ କରି ବମ୍ବେ, ଦିଲ୍ଲୀ, ବେଙ୍ଗାଲୁରୁ, ଅହମ୍ମଦାବାଦ, କଲିକତା ଭଳି ସହରକୁ ଟ୍ରେନ ଯାଉଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା କୌଣସି ଟ୍ରେନ ବ୍ରହ୍ମପୁର ରେଳଷ୍ଟେସନରେ ରହୁନାହିଁ। ଗଂଜାମ ସୀମା ବାଲୁଗାଁ ଓ ଇଚ୍ଛାପୁରରେ ରହୁଛି। କେବଳ ବ୍ରହ୍ମପୁର ନୁହେଁ ଗଂଜାମ ଜିଲ୍ଲାର କୌଣସି ଷ୍ଟେସନରେ ଟ୍ରେନ ରହୁନାହିଁ। ରାଜ୍ୟ ସରକାରଙ୍କ ଅନୁରୋଧ ଫଳରେ ରେଳ ମନ୍ତ୍ରଣାଳୟ ଚିଠି ଲେଖି ଟ୍ରେନ ଷ୍ଟପେଜ୍ ବାତିଲ କରିଥିବା ସୂଚନା ରହିଛି।

ବ୍ରହ୍ମପୁର ଷ୍ଟେସନରୁ ପ୍ରତିଦିନ ପ୍ରାୟ ୫ ହଜାର ଲୋକ ଦେଶର ବିଭିନ୍ନ ସ୍ଥାନକୁ ଯାଇଥାନ୍ତି। ବ୍ରହ୍ମପୁର ଷ୍ଟେସନ ଏକ ବଡ଼ ଲିଙ୍କ ହୋଇଥିବାରୁ ସରକାର ପ୍ରଚୁର ରାଜସ୍ୱ ମଧ୍ୟ ପାଇଥାନ୍ତି। ରହଣି ବାତିଲ ହେତୁ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀ ଭୁବନେଶ୍ୱର ଷ୍ଟେସନରେ ଓହ୍ଲାଇ ବ୍ରହ୍ମପୁର ଆସନ୍ତି। ଫଳରେ ଅଯଥା ଖର୍ଚ୍ଚାନ୍ତ ହେବା ସହ ଅଧିକ ସମୟ ନଷ୍ଟ ହେଉଛି। ସେହିପରି ବ୍ରହ୍ମପୁର ଓ ଭୁବନେଶ୍ୱର ମଧ୍ୟରେ ଚଳାଚଳ କରୁଥିବା ଡ଼ିଏମ୍‌ୟୁକୁ ମଧ୍ୟ ପୁନଃ ଚାଲୁ କରିବା ପାଇଁ ମଧ୍ୟ ଗଂଜାମ ଜିଲ୍ଲା କଂଗ୍ରେସ ଦାବି କରିଛି। ଜିଲ୍ଲାରେ ସଂକ୍ରମଣ ହ୍ରାସ ପାଇଛି। ଏଭଳି ପରିସ୍ଥିତିରେ ବ୍ରହ୍ମପୁର ସମେତ ଜିଲ୍ଲାର ଅନ୍ୟାନ୍ୟ ରେଳ ଷ୍ଟେସନରେ ପୂର୍ବଭଳି ଟ୍ରେନ ରହଣୀ ପୁନଃ ଚାଲୁ କରିବାକୁ ଗଂଜାମ ଜିଲ୍ଲା କଂଗ୍ରେସ ଦାବି କରୁଛି।

ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ରେଳରହଣୀ ସ୍ୱାଭାବିକ ହେବା ଜରୁରୀ। ଏହାକୁ ତୁରନ୍ତ କାର୍ଯ୍ୟକାରୀ ନକଲେ କଂଗ୍ରେସ ବ୍ରହ୍ମପୁର ଦେଇ ଯାଉଥିବା ଟ୍ରେନଗୁଡ଼ିକୁ ଅଟକାଇବାକୁ ବାଧ୍ୟ ହେବ। ଅତଏବ ରାଜ୍ୟ ସରକାର ତୁରନ୍ତ ବ୍ରହ୍ମପୁର ଷ୍ଟେସନରେ ପୁନଃ ଟ୍ରେନ ରହିବାର ବ୍ୟବସ୍ଥା କରିବାକୁ ଜିଲ୍ଲା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି।

ଗଂଜାମ ଜିଲ୍ଲା ଜିଲ୍ଲା କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.