Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଞ୍ଜାମ ଜିଲ୍ଲପାଳଙ୍କ ବେଗୁନିଆପଡା ବ୍ଲକ ଗସ୍ତ
ଆଞ୍ଚଳିକ

ଗଞ୍ଜାମ ଜିଲ୍ଲପାଳଙ୍କ ବେଗୁନିଆପଡା ବ୍ଲକ ଗସ୍ତ

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ବେଗୁନିଆପଡ଼ା ବ୍ଳକ ଗସ୍ତ। ପଞ୍ଚାୟତ ପ୍ରତିନିଧିଙ୍କ ସମେତ ବିଭାଗୀୟ ଅଧିକାରୀମାନଙ୍କୁ ନେଇ କୋଭିଡ୍ ମୁକାବିଲାର ସମୀକ୍ଷା କଲେ ଜିଲ୍ଲାପାଳ। ବର୍ତ୍ତମାନ ବି କରୋନା ମହାମାରୀର ବିପତ୍ତି ଟଳିନାହିଁ ତେବେ ଏଥିପାଇଁ କୋଭିଡ୍ ନିୟମକୁ କଡାକଡି କରିବା ସହ ଦୋକାନୀଙ୍କୁ ପଞ୍ଚସୂତ୍ରୀ ନିୟମ ମାନିବାକୁ ବାଧ୍ୟ କରାଯିବା ନେଇ ଏକ ବ୍ଯାପକ ସଚେତନତା ଉପରେ ଗୁରୁତ୍ଵାରୋପ କଲେ ଜିଲ୍ଲାପାଳ।ମାସ୍କ ହେଉଛି କରୋନାକୁ ଜିତିବାର ମୁଖ୍ୟ ଅସ୍ତ୍ର। ତେଣୁ ମାସ୍କ ବ୍ୟବହାରକୁ ବାଧ୍ୟତା ମୂଳକ କରନ୍ତୁ ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନ କରନ୍ତୁ ବୋଲି କହିଥିଲେ ଜିଲ୍ଲାପାଳ।

ଏଥିସହ ସାର କଳା ବଜାରୀ ହେଉଥିବା ନେଇ ଉପସ୍ଥିତ ପଞ୍ଚାୟତ ପ୍ରତିନିଧି ମାନେ ଜିଲ୍ଲପାଳଙ୍କୁ ଅଭିଯୋଗ କରିଥିଲେ। ଜିଲ୍ଲାପାଳ ତହସିଲଦାରଙ୍କୁ ନିର୍ଦେଶ ଦେଇଥିଲେ ସାରର କଳାବଜାରୀ ହେଉଥିଲ ଏହାଉପରେ ପଦକ୍ଷେପ ନେବାପାଇଁ। ଚାଷୀଙ୍କ ପାଇଁ ସାରର ଅଭାବ ରହିବ ନାହିଁ ବୋଲି କହିଥିଲେ ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ତହସିଲଦାର ପ୍ରଭାତ କୁମାର ପରିଡା, ବିଡ଼ିଓ ବେଦବର ପ୍ରଧାନ, ବ୍ଲକ ଅଧକ୍ଷା ପ୍ରତିନିଧି ବିଜୟ କୁମାର ଦୋରା, ଉପାଧ୍ୟକ୍ଷ ଭ୍ରମର ଭୂୟାଁ, ଜିଲ୍ଲାପରିଷଦ ସଦସ୍ୟ ପ୍ରଫୁଲ୍ଲ ଚନ୍ଦ୍ର ତିଆଡ଼ି, ପୂର୍ବତନ ଜିଲ୍ଲାପରିଷଦ ତ୍ରିନାଥ ଭୁଆଁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026

କ୍ରେଡିଟ୍ କାର୍ଡରେ ଅତ୍ୟଧିକ ଖର୍ଚ୍ଚ କରୁଛନ୍ତି କି? CIBIL ସ୍କୋର ଉପରେ ପଡ଼ିପାରେ ପ୍ରଭାବ

September 10, 2026

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026

ଆଇସିସି ଦିନିକିଆ ରାଙ୍କିଙ୍ଗ୍: ଲଗାତାର ୩୫ ମାସ ଧରି ଶୀର୍ଷ ସ୍ଥାନରେ ଭାରତ

September 10, 2026

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.