Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ କୋଭିଡସ୍ଥିତି ସମୀକ୍ଷା କଲେ ଉପଜିଲ୍ଲାପାଳ: ଲଗାତାର ତୃତୀୟ ଦିନରେ ଏହି ସବୁ ଅଞ୍ଚଳ ହେଲା କଣ୍ଟେନମେଣ୍ଟ
ଆଞ୍ଚଳିକ

ଚିଲିକାରେ କୋଭିଡସ୍ଥିତି ସମୀକ୍ଷା କଲେ ଉପଜିଲ୍ଲାପାଳ: ଲଗାତାର ତୃତୀୟ ଦିନରେ ଏହି ସବୁ ଅଞ୍ଚଳ ହେଲା କଣ୍ଟେନମେଣ୍ଟ

September 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ଅଣାୟତ୍ତ ହେଲାଣି କରୋନା। କୋଭିଡ ସଂକ୍ରମଣକୁ ରୋକିବା ପାଇଁ  ଜିଲ୍ଲା ପ୍ରଶାସନ ଯଥା ସମ୍ଭବ ରଣନୀତି ପ୍ରୟୋଗ କରୁଛି। ପ୍ରତିଦିନ ଚିଲିକା ନିର୍ବାଚନମଣ୍ଡଳୀକୁ ଜିଲ୍ଲା ଅଧିକାରୀମାନଙ୍କ ଗସ୍ତ ଲାଗି ରହିଛି। ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଅପରାହ୍ନରେ ଚିଲିକା ବ୍ଲକ କାର୍ଯ୍ୟାଳୟ ପରିଦର୍ଶନରେ ଆସି କୋଭିଡ ସ୍ଥିତି ସମୀକ୍ଷା କରିଥିଲେ। ଏହି ପରିପ୍ରେକ୍ଷୀରେ ଉପ ଜିଲ୍ଲାପାଳ କରୋନା ସେବକମାନଙ୍କ ଟିମକୁ ଉତ୍ସାହିତ ମଧ୍ୟ କରିଥିଲେ। କରୋନା ସେବକ ମାନେ ଆଗାମୀ ଦିନରେ ଜନସାଧାରଣମାନଙ୍କୁ ସଚେତନ କରିବା ସହ ଲକ୍ଷଣ ଥିବା ବ୍ୟକ୍ତିମାନଙ୍କୁ ସ୍ୱତଃ ପ୍ରବୃତ ଭାବେ କୋଭିଡ ଟେଷ୍ଟିଙ୍ଗ କରାଇବା ପାଇଁ ଉତ୍ସାହିତ କରିବେ ଏବଂ ସେମାନଙ୍କ ମନୋବଳ ମଧ୍ୟ ବଢ଼ାଇବେ।

ଏହା ସହିତ ଉପ ଜିଲ୍ଲାପାଳ ଅଶୋକ କୁମାର ବେହୁରିଆ ଚିଲିକା ନିର୍ବାଚନମଣ୍ଡଳୀରେ କୋଭିଡ ପଜିଟିଭ ବଢୁଥିବା ଗ୍ରାମ ଗୁଡିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି।

ସେହି ଗ୍ରାମ ଗୁଡିକ ହେଲା- 

୧-ଚିଲିକା ବ୍ଲକର ବିରିବାଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୁଆସାହିକୁ ଆଜି ତା ୧୮.୦୯ ୨୦୨୦ ଠାରୁ ୨୮.୦୯.୨୦୨୦ ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଛି।

୨-ବାଣପୁର ବ୍ଲକର ଦାମିଆ ବରବରା ଗ୍ରାମ ପଞ୍ଚାୟତର ଦାମିଆ ବରବରା ଗ୍ରାମ ଏବଂ ନନ୍ଦପୁର ଗ୍ରାମପଞ୍ଚାୟତର ଦୋଳମୁଣ୍ଡାଇ ଗ୍ରାମକୁ ଆଜି ତା ୧୮.୦୯ ୨୦୨୦ ଠାରୁ ୨୫.୦୯.୨୦୨୦ ପର୍ଯ୍ୟନ୍ତ କଟକଣା ଜାରି ରହିବ।

୩-ବାଣପୁର ଏନ.ଏ.ସି ର ୱାର୍ଡ ନମ୍ବର ୪, ୱାର୍ଡ ନମ୍ବର ୧୧ ର ବଡ଼ହନ୍ତୁଆଡ଼ ହରିଜନ ସାହି ଏବଂ ରଙ୍କନାଥପାଟଣା ରେ ଆଜି ତା ୧୮.୦୯ ୨୦୨୦ ଠାରୁ ୨୨.୦୯.୨୦ ପର୍ଯ୍ୟନ୍ତ କଟକଣା ଲଗୁ ରହିବ।

ଅଶୋକ କୁମାର ବେହୁରିଆ ଉପଜିଲ୍ଲାପାଳ କୋଭିଡ ସଂକ୍ରମଣ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.