ଜଗତସିଂହପୁର ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୟନ୍ତୀ ପାଳିତ

Published: Oct 2, 2020, 6:04 pm IST

ରମେଶ ମହାନ୍ତି

ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା ସଦର ମହକୁମା ଠାରେ ଆଜି ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଳାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ଥାନା ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧିଛକରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଥିଲେ।ଜିଲ୍ଲାପାଳଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ, ପ୍ରକଳ୍ପ ନିର୍ଦେଶକ ସରୋଜକାନ୍ତ ମହାନ୍ତି, ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ନିର୍ବାହୀ ଅଧିକାରୀ ବିମଲ କୁମାର ଲେଙ୍କା, ସୁକାନ୍ତ କୁମାର ପ୍ରଧାନ ପ୍ରମୁଖ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ପୌରପରିଷଦ କର୍ମଚାରୀମାନେ ଉପସ୍ଥିତ ଥିଲେ।

Related posts