Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜନ୍ମମାଟି ବାଣପୁରରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ପାଳିତ
ଆଞ୍ଚଳିକ

ଜନ୍ମମାଟି ବାଣପୁରରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ପାଳିତ

October 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଓଡ଼ିଶାର ସାରସ୍ଵତ ପ୍ରତିଭା, କଳା, ସାହିତ୍ୟ, ଶିକ୍ଷା, ସଂସ୍କୃତି ଓ ସମାଜସେବାର ମଙ୍ଗୁଆଳ ପଣ୍ଡିତ ଗୋଦାବରୀଶ ମିଶ୍ର ଙ୍କ ୧୩୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଅଛି। ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ରାଜ୍ୟ ସରକାରଙ୍କ କୋଭିଡ ନିୟମକୁ ଅନୁପାଳନ ଓ ପୂଜ୍ୟପୂଜାର ପରମ୍ପରାକୁ ଆଖିଆଗରେ ରଖି ଚିଲିକା ସାହିତ୍ୟ ସମାଜ, ଶାଳିଆ ସାଂସ୍କୃତିକ ପରିଷଦ ଓ ନେହେରୁ ସେବାସଙ୍ଘ ବାଣପୁରଙ୍କ ମିଳିତ ଆନୁକୂଲ୍ୟରେ ସଙ୍ଘର କନକ ଭବନ ପରିସରରେ ଏହି ସମାରୋହ ଅନୁଷ୍ଠିତ ହୋଇଯାଇଛି।

ଚିଲିକା ସାହିତ୍ୟର ସଭାପତି ଶିକ୍ଷାବିତ ବାଳମୁକୁନ୍ଦ ଦାସଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ସାରସ୍ଵତ ସଭାରେ ମୁଖ୍ୟ ଅତିଥି ଭାବରେ ଶୁଶ୍ରୀ ସରୋଜିନୀ ଦାଶ, ସମ୍ମାନୀୟ ଅତିଥି ଗାଳ୍ପିକ ଶିବ ମିଶ୍ର, ମୁଖ୍ୟ ବକ୍ତା ଅଧ୍ୟାପକ ଡ଼ ସତ୍ୟ ସଡଙ୍ଗୀ ଓ ସମ୍ମାନୀତ ଅତିଥି ଭାବରେ ଅଧ୍ୟାପକ ଡ଼ କୈଳାସ ଚନ୍ଦ୍ର ମହାରଣା, ମଦନମୋହନ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ରଥ, ଓଁମ ପ୍ରକାଶ ଅଗ୍ରୱାଲ, ଗୋପୀନାଥ ଦାଶ, ଆନନ୍ଦ ଚନ୍ଦ୍ର ସେନାପତି, ବୈରାଗୀ ଚରଣ ବଳ, ବିଜୟ ଲକ୍ଷ୍ମୀ ପଟ୍ଟନାୟକ, ପ୍ରିୟଦର୍ଶିନୀ ମହାରଣା, ପ୍ରମୁଖ ଯୋଗ ଦେଇ ପଣ୍ଡିତଙ୍କ ସାହିତ୍ୟ କୃତି ସମ୍ପର୍କରେ ସ୍ମୃତି ଚାରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସ୍ଥାନୀୟ କବିମାନଙ୍କର ଏକ ମନୋଜ୍ଞ କବିତା ପାଠୋତ୍ସଵ ଅନୁଷ୍ଠିତ ହୋଇଥିଲା। ସମ୍ପାଦକ ଲକ୍ଷ୍ମୀଧର ସୁବୁଦ୍ଧି ବିବରଣୀ ପାଠ କରିଥିବା ବେଳେ ରମେଶ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଆଜି ପୂର୍ବାହ୍ନରେ ବଜାର ସ୍ଥିତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ ଅନୁଷ୍ଠାନ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା।

ଜୟନ୍ତୀ ପାଳିତ ପଣ୍ଡିତ ଗୋଦାବରୀଶ ମିଶ୍ର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ତୁର୍କୀରେ ଭୟଙ୍କର ଜାହାଜ ଦୁର୍ଘଟଣା: କାର୍ଗୋ ସିପ୍ ବୁଡ଼ି ୧୦ ନାବିକ ନିଖୋଜ

September 3, 2026

ଇଣ୍ଡିଆନ୍ ଆଥ୍‌ଲେଟିକ୍ସ ସିରିଜ୍: ମିଜୋ ଚାକୋଙ୍କୁ ସ୍ୱର୍ଣ୍ଣ

September 3, 2026

ଆଜି ବସୁଛି ବିସିସିଆଇ ସମୀକ୍ଷା ବୈଠକ: ୨୦୨୭ ବିଶ୍ବକପ୍ ପ୍ରସ୍ତୁତି ନେଇ ହେବ ଆଲୋଚନା

September 3, 2026

ରେଳବାଇର ‘ଫୁଲ ଟୁର୍ ପ୍ୟାକେଜ୍’ କାଶ୍ମୀରରୁ କନ୍ୟାକୁମାରୀ: ଶୀଘ୍ର କରନ୍ତୁ ବୁକ୍

September 3, 2026

ଚେସରେ ଇତିହାସ ରଚିଲେ ୪ ବର୍ଷୀୟା ଏଲିନା ମିଶ୍ର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.