Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରେ ପାଳନ ହେଲା ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ
ଆଞ୍ଚଳିକ

ଜଗତସିଂହପୁରରେ ପାଳନ ହେଲା ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦ୍‌ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ କୋଭିଡି-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ଉପସ୍ଥିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନିତୀ ବିରୋଧରେ ସଂଗ୍ରାମ କରିବାକୁ ଶପଥପାଠ କରାଇଥିଲେ। ଜିଲ୍ଲାପାଳ ଶପଥପାଠରେ କହିଲେ ଯେ ଦେଶର ଅର୍ଥନୈତିକ, ରାଜନୈତିକ ତଥା ସାମାଜିକ ବିକାଶରେ ଦୁର୍ନିତୀ ଏକ ମୁଖ୍ୟ ବାଧକ ଅଟେ।

ଦୁର୍ନିତୀର ମୂଳୋତ୍ପାଟନ ନିମନ୍ତେ ସମସ୍ତ ଅଂଶୀଦାର ଯଥା ସରକାର, ନାଗରୀକ ଏବଂ ଘରୋଇ କ୍ଷେତ୍ର ଐକ୍ୟବଦ୍ଧ ଭାବେ ଉଦ୍ୟମ କରିବାର ଆବଶ୍ୟକତା ରହିଛି। ପ୍ରତ୍ୟେକ ନାଗରୀକ ସର୍ବଦା ସତର୍କତା ଅବଲମ୍ବନ କରିବା ସହ ସାଧୁତା ଓ ସଚ୍ଚୋଟତାର ସର୍ବୋଚ୍ଚ ମାନକକୁ ଅନୁସରଣ କରିବା ଉଚିତ ଏବଂ ଦୁର୍ନିତୀ ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ଉଚିତ। ଜୀବନର ସବୁକ୍ଷେତ୍ରରେ ସାଧୁତା ଓ ଆଇନ୍‌କୁ ଅନୁସରଣ କରିବା, ଲାଂଚ ନେବା ନାହିଁ କି ଦେବା ନାହିଁ, ଜନହିତରେ କାର୍ଯ୍ୟ କରିବା ଏବଂ ଯେକୌଣସି ଦୁର୍ନିତୀ ସମ୍ପର୍କରେ ଉପଯୁକ୍ତ କର୍ତୃପକ୍ଷଙ୍କୁ ଅବଗତ କରାଇବା ପାଇଁ ଜିଲ୍ଲାପାଳ ଶପଥ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଚ୍ଚିଦାନନ୍ଦ ସାହୁ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ, ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଇନିସ୍‌ପେକ୍ଟର ଭିଜିଲାନ୍‌ସ ଶ୍ରୀ ହେମନ୍ତ କୁମାର ମହାନ୍ତି, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ। କେନ୍ଦ୍ରୀୟ ଭିଜିଲାନ୍‌ସ କମିଶନଙ୍କ ନିର୍ଦ୍ଦେଶରେ ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏ ବର୍ଷର ପ୍ରସଙ୍ଗ ରହିଥିଲା ସତର୍କ ଭାରତ, ସମୃଦ୍ଧ ଭାରତ।

ଜଗତସିଂହପୁର ସଚେତନତା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.