Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଞ୍ଜାମ ଜିଲ୍ଲାପାଳଙ୍କ ବେଗୁନିଆପଡା ବ୍ଲକ ଗସ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ
ଆଞ୍ଚଳିକ

ଗଞ୍ଜାମ ଜିଲ୍ଲାପାଳଙ୍କ ବେଗୁନିଆପଡା ବ୍ଲକ ଗସ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଳାଙ୍ଗେଙ୍କ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ଜିଲ୍ଲପାଳ। ଜିଲ୍ଲାପାଳ ବ୍ଲକରେ ପଂହଁଚି କରୋନା ମହାମାରୀର ସଚେତନତା ବିଷୟରେ ଆଲୋଚନା କରିଛନ୍ତି। ଏଥିସହ ବର୍ତ୍ତମାନ ଶୀତଦିନ ଆସୁଥିବାରୁ କରୋନା ବିପତ୍ତି ଟଳିନାହିଁ ତେଣୁ ବ୍ଲକରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ କହିଛନ୍ତି ଜିଲ୍ଲାପାଳ।

ଏହାପରେ ଏମଏନଜିଆରଏସ କାର୍ଯ୍ୟ ଉପରେ ସମୀକ୍ଷା କରି ଅସନ୍ତୋଷ ପ୍ରକାଶ କରିଛନ୍ତି ଜିଲ୍ଲାପାଳ। ବ୍ଲକର ବିଭିନ୍ନ ସରପଞ୍ଚଙ୍କ ସହ ଆଲୋଚନା କରି ପଞ୍ଚାୟତ ସ୍ତରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ଅଗ୍ରଗତି କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବିଭିନ୍ନ ପଞ୍ଚାୟତରେ ଏମଏନଜିଆରଏସ କାର୍ଯ୍ୟର ଧିମା ଅଗ୍ରଗତି ନେଇ ଜେଇ ମାନଙ୍କୁ ତାଗିତ କରିଛନ୍ତି ଜିଲ୍ଲାପାଳ। ଏହାପରେ ଦୋକାନ ଆଗରେ ଅଳିଆଆବର୍ଜନା ପଡ଼ିରହୁଥିବା କଥା ଜାଣିବାପରେ ଆବର୍ଜନା ପରିଷ୍କାର କରିବା ପାଇଁ ତହସିଲଦାର ଏବଂ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ମୋ ଗାଁରେ ତହସିଲ କାର୍ଯ୍ୟକ୍ରମ ଆରମ୍ଭ କରିବାପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି। ବ୍ଲକ ଅଧକ୍ଷା ପ୍ରତିନିଧି ବିଜୟ କୁମାର ଦୋରା। ତହସିଲଦାର ଅବନୀ କୁମାର ସାହୁ। ବିଡ଼ିଓ ବେଦବର ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତି ଥିଲେ।

ଗଞ୍ଜାମ ଜିଲ୍ଲାପାଳ ବେଗୁନିଆପଡା ବ୍ଲକ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ 

September 10, 2026

ମହିଳା ଜୁନିୟର ଏସିଆ କପ୍: ପାକିସ୍ତାନକୁ ୧୯-୦ ଗୋଲରେ ହରାଇ ସେମିଫାଇନାଲରେ ଭାରତ

September 10, 2026

IDBI Bank Privatization: ଘରୋଇକରଣ ଦୌଡ଼ରେ Fairfax ଆଗରେ!, କ’ଣ ପଡ଼ିବ ପ୍ରଭାବ?

September 10, 2026

ବ୍ରିକ୍ସ ସମ୍ମିଳନୀ ପାଇଁ ରାଜଧାନୀ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

September 10, 2026

ନୂଆଖାଇ ପାଇଁ ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.