ଗଞ୍ଜାମ ଜିଲ୍ଲାପାଳଙ୍କ ବେଗୁନିଆପଡା ବ୍ଲକ ଗସ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ

Published: Nov 6, 2020, 9:53 pm IST

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଳାଙ୍ଗେଙ୍କ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ଜିଲ୍ଲପାଳ। ଜିଲ୍ଲାପାଳ ବ୍ଲକରେ ପଂହଁଚି କରୋନା ମହାମାରୀର ସଚେତନତା ବିଷୟରେ ଆଲୋଚନା କରିଛନ୍ତି। ଏଥିସହ ବର୍ତ୍ତମାନ ଶୀତଦିନ ଆସୁଥିବାରୁ କରୋନା ବିପତ୍ତି ଟଳିନାହିଁ ତେଣୁ ବ୍ଲକରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ କହିଛନ୍ତି ଜିଲ୍ଲାପାଳ।

ଏହାପରେ ଏମଏନଜିଆରଏସ କାର୍ଯ୍ୟ ଉପରେ ସମୀକ୍ଷା କରି ଅସନ୍ତୋଷ ପ୍ରକାଶ କରିଛନ୍ତି ଜିଲ୍ଲାପାଳ। ବ୍ଲକର ବିଭିନ୍ନ ସରପଞ୍ଚଙ୍କ ସହ ଆଲୋଚନା କରି ପଞ୍ଚାୟତ ସ୍ତରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ଅଗ୍ରଗତି କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବିଭିନ୍ନ ପଞ୍ଚାୟତରେ ଏମଏନଜିଆରଏସ କାର୍ଯ୍ୟର ଧିମା ଅଗ୍ରଗତି ନେଇ ଜେଇ ମାନଙ୍କୁ ତାଗିତ କରିଛନ୍ତି ଜିଲ୍ଲାପାଳ। ଏହାପରେ ଦୋକାନ ଆଗରେ ଅଳିଆଆବର୍ଜନା ପଡ଼ିରହୁଥିବା କଥା ଜାଣିବାପରେ ଆବର୍ଜନା ପରିଷ୍କାର କରିବା ପାଇଁ ତହସିଲଦାର ଏବଂ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ମୋ ଗାଁରେ ତହସିଲ କାର୍ଯ୍ୟକ୍ରମ ଆରମ୍ଭ କରିବାପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି। ବ୍ଲକ ଅଧକ୍ଷା ପ୍ରତିନିଧି ବିଜୟ କୁମାର ଦୋରା। ତହସିଲଦାର ଅବନୀ କୁମାର ସାହୁ। ବିଡ଼ିଓ ବେଦବର ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତି ଥିଲେ।

Related posts