Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୁମୁରାପୁଟ ପଞ୍ଚାୟତରେ ଅଫିସର ରାଜ: ମଧୁବାବୁ ପେନସନ ଯୋଜନାରୁ ବଞ୍ଚିତ ଅନେକ ଯୋଗ୍ୟ ହିତାଧିକାରୀ
ଆଞ୍ଚଳିକ

ତୁମୁରାପୁଟ ପଞ୍ଚାୟତରେ ଅଫିସର ରାଜ: ମଧୁବାବୁ ପେନସନ ଯୋଜନାରୁ ବଞ୍ଚିତ ଅନେକ ଯୋଗ୍ୟ ହିତାଧିକାରୀ

November 23, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦେଶ ସ୍ୱାଧୀନ ହେବାର ୭୩ ବର୍ଷ ବିତିଗଲାଣି କିନ୍ତୁ ଆଜି ବି ଏପରି ଗରିବ ଅସହାୟ ବ୍ୟକ୍ତିମାନେ ଅଛନ୍ତି ଯେଉଁମାନେ କି ସରକାରୀ କର୍ମଚାରୀଙ୍କ ଆକ୍ରୋଶର ଶିକାର ହୋଇ ନିଜ ଅଧିକାର ପାଇବାରୁ ବଞ୍ଚିତ ହେଉଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ତୁମୁରାପୁଟ ଗ୍ରାମ ପଞ୍ଚାୟତରେଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତର ପାଖାପାଖି ୧୫ ଜଣ ବୟସ୍କ ବ୍ୟକ୍ତି ମଧୁବାବୁ ପେନସନ ଯୋଜନାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ଥିବାବେଳେ ଆଜି ପୂର୍ବାହ୍ନରେ ସମସ୍ତେ ବାଣପୁର ବି.ଡ଼ି.ଓ ଙ୍କୁ ଏ ବିଷୟ ନେଇ ଲିଖିତ ଅଭିଯୋଗ ଜଣାଇଛନ୍ତି।

ଅଭିଯୋଗ ଅନୁଯାୟୀ, ସେମାନେ ବିଗତ ଦୁଇ ବର୍ଷରୁ ଉର୍ଦ୍ଧ୍ଵ ହେଲାଣି ବାରମ୍ବାର ମଧୁବାବୁ ପେନସନ ଯୋଜନା ପାଇଁ ଫର୍ମ ଆବେଦନ କରୁଛନ୍ତି। ଏପରିକି କରୋନା କାଳରେ ମଧ୍ୟ ଅନଲାଇନରେ ପୁଣି ଫର୍ମ ଆବେଦନ କରିଛନ୍ତି। ଏବଂ ତାହାର ଏକକିତା ନକଲ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦେବାର ମାସ ମାସ ବିତିଯାଇଥିଲେ ମଧ୍ୟ ସେ ଜାଣିଶୁଣି ଫର୍ମ ଗୁଡିକୁ ପକାଇ ରଖୁଛନ୍ତି। ଏଠି ପ୍ରଶ୍ନ ଉଠୁଛି ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କାହା ଇଙ୍ଗିତରେ କାମ କରୁଛନ୍ତି? କଣ ପାଈଁ ଯୋଗ୍ୟ ଗରିବ ହିତାଧିକାରୀଙ୍କୁ ସେମାନଙ୍କ ହକରୁ ବଞ୍ଚିତ ରଖୁଛନ୍ତି? ଅନୁରୂପ ଭାବେ ଅଭିଯୋଗକାରିଗଣ ମାନେ ସରପଞ୍ଚଙ୍କ ନାମରେ ମଧ୍ୟ ସମାନ ଅଭିଯୋଗ ଆଣିଛନ୍ତି।

ତେବେ ଏ ନେଇ ବାଣପୁର ବି.ଡ଼ି.ଓ ଶୁଭଶ୍ରୀ ତ୍ରିପାଠୀଙ୍କ ସହ ଯୋଗାଯୋଗ କରିବାରୁ ସେ ଗ୍ରାମବାସୀଙ୍କ ଠୁ ଆଜି ଉକ୍ତ ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସଙ୍ଗେ ସଙ୍ଗେ ଏହି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଯେତେ ଶୀଘ୍ର ହେବ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କ ଭତ୍ତା ପ୍ରଦାନ କରିବା ଦିଗରେ ଯଥାସମ୍ଭବ ଚେଷ୍ଟା କରିବେ ବୋଲି ବି.ଡ଼ି.ଓ କହିଛନ୍ତି। ଯଦି ପଞ୍ଚାୟତ ଅଧିକାରୀ ଆକ୍ରୋଶମୂଳକ ଭାବେ ଭତ୍ତା କରେଇଦେଉନଥିବେ ତେବେ ମାନନୀୟା ବି.ଡ଼ି.ଓ ତାଙ୍କ ଉପରେ କି ପ୍ରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ଦେଖିବା ବାକି ରହିଲା।

ତୁମୁରାପୁଟ ପଞ୍ଚାୟତ ମଧୁବାବୁ ପେନସନ ଯୋଜନା ଯୋଗ୍ୟ ହିତାଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026
Latest News

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.